Blank space
Blank space
Breaking News/ମୁଖ୍ୟ ଖବର:
Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବ
Blank space

ଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswar

0

ଭୁବନେଶ୍ୱର, ନିରପେକ୍ଷ ଖବର (୨୫/୨): “ଓଡ଼ିଶା ହେଉଛି ସମୃଦ୍ଧ କଳା ଓ ସଂସ୍କୃତିର ଭୂମି। ଭାରତର ସ୍ୱାଧୀନତା ସଂଗ୍ରାମ ଓ ଓଡ଼ିଶାକୁ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବେ ଗଠନ କରିବାରେ ଅନେକ ବରପୁତ୍ରମାନଙ୍କର ଅତୁଳନୀୟ ଅବଦାନ ରହିଛି। ସେହି ବରପୁତ୍ରମାନଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହିତ ତାଙ୍କ ଆଦର୍ଶରେ ଯୁବପିଢ଼ି ଅନୁପ୍ରାଣିତ ହୁଅନ୍ତୁ। ଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ ହେଉ, ବୋଲି କହିଛନ୍ତି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ।

ଆଜି ଅଭିଲେଖ ସପ୍ତାହ ପାଳନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ, ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି, ପରମ୍ପରା ହେଉଛି ଆମ ପରିଚୟ। ଏହା ଆମ ସ୍ୱାଭିମାନ। ଓଡ଼ିଆ ଭାଷାକୁ ଏକ ସ୍ୱତନ୍ତ୍ର ଭାଷାର ପରିଚୟ ଦେବା ନିମନ୍ତେ ବହୁ ସାରସ୍ୱତ ସାଧକଙ୍କର ଅବଦାନ ରହିଛି। ଆଗକୁ ଆମ ଭାଷାକୁ ଆମେ ଯେପରି ଡିଜିଟାଲ କ୍ଲାଉଡ଼ରେ ଅନ୍ତର୍ଭୁକ୍ତ କରାଇବା ତାହା ଆମର ଲକ୍ଷ୍ୟ ହେବା ଉଚିତ। ଏଥିସହ ମନ୍ତ୍ରୀ ଶ୍ରୀ ସୂରଜ ଓଡ଼ିଶାର ସାଧ୍ବୀନତା ସଂଗ୍ରାମର ସ୍ୱର୍ଣ୍ଣିମ ଇତିହାସ ଓ ଆମ ସ୍ୱାଧୀନତା ସଂଗ୍ରାମୀମାନଙ୍କର ବଳିଷ୍ଠ ଅବଦାନ ସମ୍ବନ୍ଧରେ ଆଲୋକପାତ କରିଥିଲେ।

Blank space

ପ୍ରକାଶଯୋଗ୍ୟ ଯେ, ଆଜିଠାରୁ ଓଡ଼ିଶା ରାଜ୍ୟ ଅଭିଲେଖାଗାରରେ ଅଭିଲେଖ ସପ୍ତାହ ପାଳନ ଉତ୍ସବ ଆରମ୍ଭ ହୋଇଛି। ଏହି ଅବସରରେ “ଓଡ଼ିଶାର ସ୍ୱାଧୀନତା ସଂଗ୍ରାମ” ଶୀର୍ଷକ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା। ଏଥିସହିତ ସ୍ୱାଧୀନତା ସଂଗ୍ରାମୀ ସୋମନାଥ ଶତପଥିଙ୍କ ହାତଲେଖା ଡାଏରୀ ଏବଂ ନଥିପତ୍ରକୁ ନେଇ ଏକ ପ୍ରଦର୍ଶନୀର ଆୟୋଜନ ମଧ୍ୟ କରାଯାଇଥିଲା, ଯାହା ଆଗାମୀ ୭ଦିନ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।

ମନ୍ତ୍ରୀ ଶ୍ରୀ ସୂରଜ ପ୍ରଦର୍ଶନୀ କକ୍ଷକୁ ବୁଲି ଦେଖିବା ସହ ସମସ୍ତ ଜନସାଧାରଣମାନେ ଆଗାମୀ ଦିନରେ ଏହି ପ୍ରଦର୍ଶନୀ କକ୍ଷ ବୁଲି ଦେଖନ୍ତୁ ବୋଲି ମତପ୍ରକାଶ କରିଛନ୍ତି।

ଆଜିର କାର୍ଯ୍ୟକ୍ରମରେ ଡ଼. ସୁବାଷ ଚନ୍ଦ୍ର ବାରିକ ଓ ସୁଶ୍ରୀ ନିରୁପମା ଶତପଥି ମୁଖ୍ୟବକ୍ତା ଭାବେ ଯୋଗଦେଇ ସ୍ୱାଧୀନତା ସଂଗ୍ରାମୀ ଶ୍ରୀ ସୋମନାଥ ଶତପଥିଙ୍କ ଜୀବନୀ ସମ୍ବନ୍ଧରେ ଆଲୋଚନା କରିଥିଲେ। ଓଡ଼ିଶା ରାଜ୍ୟ ଅଭିଲେଖାଗାରର ଅଧୀକ୍ଷକ ଡ଼. ଶେଖ ସୋଲେମାନ ଅଲ୍ଲୀ ଆଜିର କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

Mo sapath

Leave A Reply

Your email address will not be published.