ଭୁବନେଶ୍ୱର, ନିରପେକ୍ଷ ଖବର :ତା ୧୪/୧୧ପୂର୍ବ ତଟ ରେଳପଥ ମହିଳା କଲ୍ୟାଣ ସଂଗଠନ (ଇକୋରୋ) ପରିଚାଳିତ ଫୁଲୱାରୀ ବିଦ୍ୟାଳୟ ଠାରେ ଆଜି ଶିଶୁ ଦିବସ ପାଳନ କରାଯାଇଥିଲା | ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଇକୋରୋ ର ସଭାପତି ଶ୍ରୀମତୀ ରାଧା ସୁନକର ସଂଗଠନର ଅନ୍ୟ ସଦସ୍ୟ ମାନଙ୍କ ଉପସ୍ଥିତିରେ ପିଲାମାନଙ୍କୁ ଉପହାର ବଣ୍ଟନ କରିଥିଲେ | ଏହି ଉତ୍ସବକୁ ସ୍ମରଣୀୟ କରିବା ପାଇଁ ବିଦ୍ୟାଳୟର ପିଲାମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା |
