Blank space
Blank space
Breaking News/ମୁଖ୍ୟ ଖବର:
ଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁ
Blank space

ସହିଦ ନଗର ୟୁଥ ଆସୋସିଏସନରେ ଗଣେଶ ପୂଜା ଧୁମଧାମରେ ପାଳିତ….

୪ ଜଣ ସାମ୍ବାଦିକ ହେଲେ ସମ୍ବର୍ଦ୍ଧିତ...

0

ଭୁବନେଶ୍ୱର, (ନିରପେକ୍ଷ ଖବର), ୦୫/୯/୧୯: ଭୁବନେଶ୍ବର ସହିଦ ନଗର ୟୁଥ ଆସୋସିଏସନରେ ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବିଦ୍ୟାଦାତା ପ୍ରଭୁ ଗଣେଶଙ୍କ ପୂଜା ଧୁମଧାମରେ ପାଳିତ ହୋଇଯାଇଛି। ଏହି ଅବସରରେ ଆସୋସିଏସନ ପକ୍ଷରୁ ଏକ ସମ୍ବଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା। ସମ୍ବଦ୍ଧନା ସଭାରେ ସାମ୍ବାଦିକତା ଜଗତରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିବା ୪ ଜଣ ବିଶିଷ୍ଟ ସାମ୍ବାଦିକଙ୍କୁ ବାର୍ତ୍ତାବହ-୨୦୧୯ ସମ୍ମାନରେ ସମ୍ମାନିତ କରାଯାଇଥିଲା। ସମ୍ବର୍ଦ୍ଧିତ ବ୍ୟକ୍ତି ବିଶେଷମାନେ ହେଲେ ନିରପେକ୍ଷ ଖବରର ସମ୍ପାଦକ ଦେବସ୍ମିତା ବେହେରା, ପ୍ରଗତିବାଦୀର ଫଟୋ ସାମ୍ବାଦିକ ସନ୍ତୋଷ ପଣ୍ଡା,ଓଟିଭି ସାମ୍ବାଦିକ ଜଗଦୀଶ ଦାଶ ଏବଂ କ୍ରାଇମ୍ କ୍ୟାପିଟାଲ୍  ମାନସ କୁମାର ମହାପାତ୍ର। ସେହିପରି ସ୍ଥାନୀୟ ଅଞ୍ଚଳର କୁନି କୁନି ପ୍ରତିଭାମାନଙ୍କୁ ମଧ୍ୟ ଏଥିରେ ସମ୍ବାନିତ କରାଯାଇଥିଲା। ସମ୍ବଦ୍ଧନା ଉତ୍ସବରେ ଭୁବନେଶ୍ୱର ମଧ୍ଯମ ବିଧାୟକ  ଅନନ୍ତ ନାରାୟଣ ଜେନା ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ଚିନ୍ମୟ ସାହୁ, ଜଗନ୍ନାଥ ମହାପାତ୍ର ପ୍ରମୁଖ ଅତିଥି ଭାବେ ଉପସ୍ଥିତ ଥିଲେ।ଅନୁଷ୍ଠାନର ସଭାପତି   ଦୀପକ କୁମାର ବେହେରା, ସୋମ୍ୟ ରଞ୍ଜନ ଦାଶ, ଗୁଲସନ କୁମାରଙ୍କ ସମେତ  ଅନ୍ୟମାନେ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

Mo sapath

Leave A Reply

Your email address will not be published.