Blank space
Blank space
Breaking News/ମୁଖ୍ୟ ଖବର:
୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତ
Blank space

ଗାଡ଼ି ଯାଞ୍ଚ ବେଳେ ବାଇକ୍ ଦୁର୍ଘଟଣା ରେ ଚାଲିଗଲା ପୋଲିସ୍ ଅଧିକାରୀଙ୍କ ଜୀବନ..

0

ବାରିପଦା(ନିରପେକ୍ଷ ଖବର)ତା-୧୮/ନଭେମ୍ବର/୨୦୧୯-ଗାଡି ଯାଞ୍ଚ ବେଳେ ବାଇକ ଦୁର୍ଘଟଣା ରେ ଚାଲିଗଲା ଜଣେ କାର୍ଯ୍ୟରତ ପୋଲିସ ଅଧିକାରୀଙ୍କ ଜୀବନ । ମୟୂରଭଞ୍ଜ ଜିଲ୍ଲାର ବାରିପଦା ଥାନା ଅଞ୍ଚଳରେ ଘଟିଯାଇଛି ଏଭଳି ଏକ ଅଭାବନୀୟ ଘଟଣା।ଯାହାକୁ ନେଇ ସମଗ୍ର ଜିଲ୍ଲା ସ୍ତବ୍ଧ ହୋଇଯାଇଛି। ମଦୁଆ ବାଇକ ଚାଳକଙ୍କୁ ଯାଞ୍ଚ କରୁଥିବା ବେଳେ କାର୍ଯ୍ୟରତ ପୋଲିସ ଅଧିକାରୀଙ୍କୁ ଏକ ବାଇକ ଧକ୍କା ଦେଇଥିଲା । ସୂଚନା ମୁତାବକ ସୋମବାର ସନ୍ଧ୍ୟା ୮:୩୦ ସମୟରେ ସ୍ଥାନୀୟ ତକତପୁର ଛକରେ ପୋଲିସ ବାଇକ ଯାଞ୍ଚ କରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା । ଦୁର୍ଘଟଣାରେ ଶିକାର ହୋଇ ଗୁରୁତର ଅବସ୍ଥାରେ ଥିବା ପୋଲିସ ଅଧିକାରୀଙ୍କୁ ପିଆରଏମ୍ ମେଡିକାଲକୁ ଅଣାଯାଇଥିଲା । ହସ୍ପିଟାଲରେ ଆହତ ଅଧିକାରୀ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ମୃତ ସବଇନ୍ସପେକ୍ଟର ଜଣଙ୍କ ହେଉଛନ୍ତି ଦୟାନିଧି ଦାସ । ଦୁର୍ଘଟଣା ଘଟାଇଥିବା ବାଇକ OD-11F-1358ରେ ଦୁଇଜଣ ଯୁବକ ଏବେ ଥାନାରେ ଅଟକ ଅଛନ୍ତି । ମେଡିକାଲ ରେ ବର୍ତ୍ତମାନ ମୟୁରଭଞ୍ଜ ଆରକ୍ଷୀ ଅଧିକ୍ଷକ ପରମାର ସ୍ମିଥ ପୁରୁଷୋତ୍ତମ ଦାସ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଅଭିମନ୍ୟୁ ନାୟକ,ସଦର ଏସ ଡି ପି ଓ କେ କେ ହରିପ୍ରସାଦ, ଟାଉନ ଥାନା ଅଧିକାରୀ ଅଶୋକ ନାୟକ ପ୍ରମୁଖ ଉପସ୍ଥିତି ଅଛନ୍ତି । ପୋଲିସ କର୍ମଚାରୀଙ୍କ ମଧ୍ୟରେ ଏକ ଶୋକରଛାୟା ଖେଳିଯାଇଛି।

Mo sapath

Leave A Reply

Your email address will not be published.