Blank space
Blank space
Breaking News/ମୁଖ୍ୟ ଖବର:
ଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁ
Blank space

କରୋନା ର ସଂକ୍ରମଣକୁ ରୋକିବା ପାଇଁ ଆଜି ଓଡ଼ିଶା ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ…

0

ଭୁବନେଶ୍ୱର,ନିରପେକ୍ଷ ଖବର : ୩୦ ମାର୍ଚ୍ଚ,୨୦୨୦
କରୋନା ଭୂତାଣୁ ରୋଗ (କୋଭିଡ୍‌-୧୯)ର ସଂକ୍ରମଣକୁ ରୋକିବା ନିମନ୍ତେ ଓଡ଼ିଶା ସରକାର ଆଜି ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ଉପରେ ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖପାତ୍ର ଶ୍ରୀ ସୁବ୍ରତ ବାଗ୍‌ଚୀ ଆଜି ଅପରାହରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।
* ଲକ୍‌ ଡାଉନ୍‌ ଯୋଗୁଁ ବିଭିନ୍ନ ରାଜ୍ୟରେ ଅଟକି ରହିଥିବା ବ୍ୟକ୍ତିବିଶେଷଙ୍କ ପାଇଁ ସମସ୍ତ ମୌଳିକ ସୁବିଧା ଯୋଗାଇଦେବା ନିମନ୍ତେ ଭାରତ ସରକାର ସମସ୍ତ ରାଜ୍ୟ ସରକାରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
* ଏହି ପରିପ୍ରେକ୍ଷୀରେ ଦେଶର ବିଭିନ୍ନ ରାଜ୍ୟରେ ଅଟକି ରହିଥିବା ଓଡ଼ିଆମାନଙ୍କୁ ସବୁ ପ୍ରକାର ସହାୟତା ଯୋଗାଇଦେବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି । ଏହି ଉଦ୍ଦେଶ୍ୟରେ ବିଭିନ୍ନ ରାଜ୍ୟ ପାଇଁ ବରିଷ୍ଠ ପ୍ରଶାସକମାନଙ୍କୁ “ନୋଡାଲ୍‌ ଅଧିକାରୀ’’ ଭାବରେ ଦାୟିତ୍ୱ ପ୍ରଦାନ କରାଯାଇଛି । ବିଭିନ୍ନ ରାଜ୍ୟର ଦାୟିତ୍ୱରେ ରହିଥିବା ଏହି ଅଧିକାରୀମାନଙ୍କର ଟେଲିଫୋନ୍‌ ନମ୍ବର ଏବଂ ଇ-ମେଲ୍‌ ଆଇଡି ମଧ୍ୟ ଦିଆଯାଇଛି । ଏଥି ସହିତ କଣ୍ଟ୍ରୋଲ୍‌ ରୁମ୍‌ ନଂ. ୦୬୭୪-୨୩୯୨୧୧୫ରେ ମଧ୍ୟ ସଂପର୍କ ରଖିହେବ । ଏହି ନୋଡାଲ୍‌ ଅଧିକାରୀମାନେ ନିୟମିତ ଭାବରେ ବିଭିନ୍ନ ରାଜ୍ୟରେ ଅଟକି ରହିଥିବା ଓଡ଼ିଆ ଶ୍ରମିକମାନଙ୍କ ସହିତ ଯୋଗାଯୋଗରେ ଅଛନ୍ତି । ସେମାନଙ୍କୁ ସମସ୍ତ ସହାୟତା ଯୋଗାଇଦେବା ପାଇଁ ସରକାର ଯନିଶୀଳ ରହିଛନ୍ତି ।
* ରାଜ୍ୟର ବିଭିନ୍ନ ସ୍ଥାନରେ ଅଟକି ରହିଥିବା ବାହାର ରାଜ୍ୟର ଶ୍ରମଜୀବୀମାନଙ୍କୁ ସବୁ ପ୍ରକାର ସହାୟତା ଯୋଗାଇଦେବା ସହ ସେମାନଙ୍କୁ ଅତିଥି ଭାବେ ବ୍ୟବହାର କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି । ସେମାନଙ୍କ ରହିବା ଏବଂ ଖାଦ୍ୟପେୟ ପାଇଁ ଅସ୍ଥାୟୀ ଶିବିର ଖୋଲାଯାଇଛି । ବର୍ତ୍ତମାନ ସୁଦ୍ଧା ୨୫୨ଟି ଅସ୍ଥାୟୀ ଶିବିରରେ ପ୍ରାୟ ୧୮,୦୦୦ ଶ୍ରମଜୀବୀଙ୍କୁ ରଖାଯାଇଛି । ସେମାନଙ୍କ ପାଇଁ ୨୪ ଘଣ୍ଟିଆ ହେଲପ୍‌ଲାଇନ୍‌ ୧୮୦୦୩୪୫୬୭୦୩ କାର୍ଯ୍ୟ କରୁଛି ।
* ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ୨୨୬୧ଟି ଗ୍ରାମ ପଞ୍ଚାୟତରେ ୧,୨୫,୨୩୭ ଜଣ ଓ ୮୦ଟି ପୌରାଞ୍ଚଳରେ ୧୯,୮୮୬ ଜଣ ନିରାଶ୍ରୟ ଓ ଅସହାୟମାନଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଇଛି । ସେମାନେ ଏହି ରନ୍ଧାଖାଦ୍ୟ ଘରକୁ ନେଇପାରିବେ । ପରିସ୍ଥିତିକୁ ଦୃଷ୍ଟିରେ ରଖି ଏହି କାର୍ଯ୍ୟକ୍ରମ ବଳବତ୍ତର ରହିବ ।
* ପୂର୍ବରୁ ରାଜ୍ୟକୁ ଫେରିଥିବା ବ୍ୟକ୍ତିବିଶେଷଙ୍କ ନିମନ୍ତେ ଅସ୍ଥାୟୀ ସ୍ୱାସ୍ଥ୍ୟ ଶିବିର ଖୋଲା
ଯାଇଛି, ଯେଉଁଠାରେ ସେମାନେ ସଙ୍ଗରୋଧରେ ରହିପାରିବେ ।
* ସାମାଜିକ ସୁରକ୍ଷା ଯୋଜନା ଅନ୍ତର୍ଭୁକ୍ତ ସମସ୍ତ ହିତାଧିକାରୀଙ୍କୁ ୪ ମାସର ଅଗ୍ରୀମ ପେନ୍‌ସନ୍‌ ଦିଆଯାଉଛି । ବର୍ତ୍ତମାନ ସୁଦ୍ଧା ୬୦ ପ୍ରତିଶତ ହିତାଧିକାରୀଙ୍କୁ ପେନ୍‌ସନ୍‌ ବଣ୍ଟା ସରିଥିବାବେଳେ ଅବଶିଷ୍ଟ ହିତାଧିକାରୀଙ୍କୁ ପେନ୍‌ସନ୍‌ ଦିଆଯିବାର ପ୍ରକ୍ରିୟା ଜାରି ରହିଛି ।
* ରାଜ୍ୟରେ କ୍ଷୀର ଓ ପନିପରିବା ସମେତ ବିଭିନ୍ନ ଅତ୍ୟାବଶ୍ୟକ ସାମଗ୍ରୀ ଯଥେଷ୍ଟ ପରିମାଣରେ ମହଜୁଦ୍‌ ଅଛି । ଏଥି ପାଇଁ ବିଚଳିତ ନହୋଇ ପ୍ରତି ସପ୍ତାହରେ ଥରେ ମାତ୍ର ଏହି ସାମଗ୍ରୀସବୁ ସଂଗ୍ରହ କରିବା ପାଇଁ ବାହାରକୁ ଆସିବା ନିମନ୍ତେ ଜନସାଧାରଣଙ୍କୁ ପରାମର୍ଶ ଦିଆଯାଇଛି । ଏହା ଫଳରେ ସାମାଜିକ ଦୂରତା ବଜାୟ ରହିବ ଏବଂ କରୋନା ମହାମାରୀ ସଂକ୍ରମଣକୁ ପ୍ରତିହତ
କରାଯାଇପାରିବ ।
* ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଲକ୍‌ ଡାଉନ୍‌ ସମୟରେ ରାଜ୍ୟର ୫ଟି ମହାନଗର ନିଗମ ଓ ୪୮ଟି ପୌରସଂସ୍ଥା ଅଞ୍ଚଳରେ ବୁଲା ଜୀବଜନ୍ତୁମାନଙ୍କୁ ଖାଦ୍ୟ ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ୫୪ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି ।
* ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ୨୯ ମାର୍ଚ୍ଚରୁ ୩୦ ମାର୍ଚ୍ଚ ସକାଳ ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ୨୨୪ଟି ମାମଲା ଦାୟର କରାଯାଇଛି । ଏଥି ମଧ୍ୟରେ ୩ଟି ମାମଲା ହୋମ୍‌ କ୍ୱାରାଣ୍ଟାଇନ୍‌ ଉଲ୍ଲଂଘନ ଅଭିଯୋଗରେ ଦାୟର ହୋଇଛି ।ସର୍ବଶେଷ ସ୍ୱାସ୍ଥ୍ୟ ସୂଚନା…
* ଆଜି ମଧ୍ୟାହ୍ନ ୧୨ଟା ସୁଦ୍ଧା ଓଡ଼ିଶାରେ ୩୭୦ଟି ନମୁନା କୋଭିଡ୍‌-୧୯ ପରୀକ୍ଷା ପାଇଁ ପଠାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୩ଟି ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ।
* ପ୍ରଥମ ୨ଟି ପଜିଟିଭ୍‌ଙ୍କ ସଂସ୍ପର୍ଶରେ ଆସିଥିବା ୫୫ ଜଣ ବ୍ୟକ୍ତି ଯୋଗାଯୋଗରେ ଅଛନ୍ତି । ତୃତୀୟ ପଜିଟିଭଙ୍କ ସଂସ୍ପର୍ଶରେ ଆସିଥିବା ୧୧୨ ଜଣଙ୍କୁ ଆଜି ପର୍ଯ୍ୟନ୍ତ ଚିହ୍ନଟ କରାଯାଇଛି ଓ ଯୋଗାଯୋଗ ଜାରି ରହିଛି ।
* ଆଜି ୭୬ ଜଣ କରୋନା ସନ୍ଦିU ବିଭିନ୍ନ ଚିକିତ୍ସାଳୟରେ ପୃଥକ୍‌ବାସରେ ଅଛନ୍ତି ।
* ଆଜି ପର୍ଯ୍ୟନ୍ତ ମୋଟ ୧୦୨୧୭ ଜଣ ଅନ୍‌ଲାଇନ୍‌ ଏବଂ ୧୦୪ ମାଧ୍ୟମରେ ପଞ୍ଜୀକରଣ କରାଇଛନ୍ତି । ସେମାନଙ୍କ ମଧ୍ୟରୁ ୪୨୯୧ ଜଣ ବିଦେଶରୁ ଓ ୫୯୨୬ ଜଣ ଅନ୍ୟ ରାଜ୍ୟରୁ ଫେରିଛନ୍ତି ।

Mo sapath

Leave A Reply

Your email address will not be published.