Blank space
Blank space
Breaking News/ମୁଖ୍ୟ ଖବର:
ଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁ
Blank space

ଜୀ ସାର୍ଥକ ଫିଲ୍ମସର ନୂଆ ସିନେମା ‘ପୋଲିସ୍ ବାବୁ’ ର ଅଡିଓ ରିଲିଜ୍*

0

ଭୁବନେଶ୍ୱର, ନିରପେକ୍ଷ ଖବର ତା.୧୧/୧୨ ଗତ ଆଠ ତାରିଖ ସନ୍ଧ୍ୟାରେ ଜୀ-ସାର୍ଥକ ଫିଲ୍ମସ ର ନୂଆ ଚଳଚ୍ଚିତ୍ର “ପୋଲିସ ବାବୁ” ର ଅଡିଓ ରିଲିଜ୍ ଭୁବନେଶ୍ୱର ର ଏକ ତାରକା ହୋଟେଲରେ ଅନୁଷ୍ଠିତ ହୋଇଯାଇଛି l ଏହି ଚଳଚ୍ଚିତ୍ର ରେ ଥିବା ତିନିଟି ଯାକ ଗୀତ ଶ୍ରୋତା ଙ୍କ ମନକୁ ଛୁଇଁଲା ଭଳି ହୋଇଛି l ଆଜି ଡ଼ିସେମ୍ବର ୧୧ ତାରିଖ ସନ୍ଧ୍ୟା ୬:୩୦ ରେ ରିଲିଜ ହେବାକୁ ଯାଉଛି ନୂଆ ଓଡ଼ିଆ ଚଳଚ୍ଚିତ୍ର ‘ପୋଲିସ୍ ବାବୁ’। ମନଛୁଆଁ ଗୀତ ସାଙ୍ଗକୁ ଜବରଦସ୍ତ ଡ୍ରାମା ଓ କମେଡିରେ ଭରପୂର ଏହି ଚଳଚ୍ଚିତ୍ରଟି ଦର୍ଶକଙ୍କୁ ଭରପୁର ମନୋରଞ୍ଜନ ଦେବ ବୋଲି ‘ପୋଲିସ୍ ବାବୁ’ ଟିମ୍ ପକ୍ଷରୁ କୁହାଯାଇଛି। ଅଜୟ ରାଉତଙ୍କ ପ୍ରଯୋଜନା ଓ ଶୈଳେନ୍ଦ୍ର ପରିଡ଼ାଙ୍କ ନିର୍ଦ୍ଦେଶନାରେ ନିର୍ମିତ ଏହି ଚଳଚ୍ଚିତ୍ରର କାହାଣୀ ଲେଖିଛନ୍ତି ଡ. ରଜନୀ ରଞ୍ଜନ। ଏଥିରେ ସୂର୍ଯ୍ୟ ମହାପାତ୍ର ଗୀତ ରଚନା କରିଛନ୍ତି ଏବଂ ଗୁଡ୍‌ଲି ରଥ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି। କଣ୍ଠଦାନ କରିଛନ୍ତି ଲିପ୍ସା, କୁଲଦୀପ, ଜ୍ୟୋତିର୍ମୟୀ ଓ ଶଶାଙ୍କ। ଚୁଲବୁଲି ନାୟିକା ସାୟଲ ଓ ହ୍ୟାଣ୍ଡସମ୍ ନାୟକ ଶୁଭାଶିଷ ଓରଫ ମଣ୍ଟୁ ଏଥିରେ ପ୍ରମୁଖ ଭୂମିକାରେ ଅଭିନୟ କରିଛନ୍ତି। ଜୀ- ସାର୍ଥକର ଅନେକ ସଫଳ ଚଳଚ୍ଚିତ୍ର ପରି ଏହି ଚଳଚ୍ଚିତ୍ରଟି ମଧ୍ୟ ଦର୍ଶକଙ୍କୁ ବିମୋହିତ କରିବ ବୋଲି ଜୀ-ସାର୍ଥକ ଚ୍ୟାନେଲ୍ ମୁଖ୍ୟ ଶ୍ରୀ ପ୍ରତୀକ ସିଲ୍ କହିଛନ୍ତି ।
ସବୁଠୁ ବଡ଼କଥା ହେଉଛି ଉଭୟ ଟେଲି ଧାରାବାହିକ ଓ ଚଳଚ୍ଚିତ୍ରରେ ଲୋକପ୍ରିୟ ହେଇଥିବା ମଣ୍ଟୁ ପ୍ରଥମ ଥର ପାଇଁ ପୋଲିସ ଭୂମିକାରେ ଦେଖିବାକୁ ମିଳିବେ ଏବଂ କମେଡି ବି କରିବେ । କିଛିଦିନ ପୂର୍ବରୁ ଜୀ ସାର୍ଥକ ଚ୍ୟାନେଲ୍ “ଏଇ ରାକ୍ଷୀ ତୋ ରକ୍ଷ୍ୟା କବଚ”,“ପାରି କରିବେ ମୋ ଭୋଳାଶଙ୍କର” ଓ “ଦିଦି ନମସ୍କାର” ଭଳି ଚଳଚ୍ଚିତ୍ର ଭେଟି ଦେଇ ଦର୍ଶକଙ୍କ ପ୍ରିୟଭାଜନ ହୋଇଛି । ଏଥର ଶୁଭାଶିଷ ଓରଫ ମଣ୍ଟୁ ଏବଂ ସାୟଲ୍ ‘ପୋଲିସ୍ ବାବୁ’ ମାଧ୍ୟମରେ ପୁଣି ଦର୍ଶକଙ୍କ ମନ ଜିଣିବେ l

Mo sapath

Leave A Reply

Your email address will not be published.