ଭୁବନେଶ୍ୱର ,ନିରପେକ୍ଷ ଖବର: ତା ୩୦/୦୧/୨୦୧୯ରିଖ
ଆଜି ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୭୧ତମ ଶ୍ରାଦ୍ଧବାର୍ଷିକୀର ପୁଣ୍ୟ ଅବସରରେ ରାଜ୍ୟସ୍ତରୀୟ ଶହୀଦ ଦିବସ ସୂଚନା ଓ ଲୋକସଂପର୍କ ବିଭାଗ ଆନୁକୂଲ୍ୟରେ ଓଡ଼ିଶା ବିଧାନସଭା ପରିସରରେ ପାଳିତ ହୋଇଯାଇଛି । ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ, ବାଚସ୍ପତି ଶ୍ରୀ ପ୍ରଦିପ କୁମାର ଅମାତ ଆଜି ବିଧାନସଭା ପରିସରସ୍ଥ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଏହି
ଅବସରରେ ଗ୍ରାମ୍ୟ ଉନ୍ନୟନ, ସଂସଦୀୟ ବ୍ୟାପାର, ସରକାରୀ ଉଦ୍ୟୋଗ ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ଆଇନ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା, ସରକାରୀ ମୁଖ୍ୟ ସଚେତକ ଶ୍ରୀ ଅମର ପ୍ରସାଦ ଶତପଥୀ, ଭୁବନେଶ୍ୱର ଉତ୍ତର ବିଧାୟକ ଶ୍ରୀ ପ୍ରିୟଦର୍ଶୀ ମିଶ୍ର, ପୂର୍ବତନ ମନ୍ତ୍ରୀ ଶ୍ରୀ ସୁରେନ୍ଦ୍ର ନାଥ ନାୟକ ପ୍ରମୁଖ ଉପସ୍ଥିତ ହୋଇ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ପୋଲିସ୍ ବ୍ୟାଣ୍ଡ ଦ୍ୱାରା ଶହୀଦମାନ ସମ୍ମାନ ପ୍ରଦର୍ଶନ କରାଯାଇଥିଲା । ତୋପଧ୍ୱନି
ସହ ଶହୀଦମାନଙ୍କ ସମ୍ମାନାର୍ଥେ ୨ ମିନିଟ୍ ନିରବ ପ୍ରାର୍ଥନା କରାଯିବା ପରେ ପୋଲିସ ବ୍ୟାଣ୍ଡ ଦ୍ୱାରା ରାମଧୂନ୍ ପରିବେଷଣ କରାଯାଇଥିଲା । ପୂର୍ବରୁ ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ
କେନ୍ଦ୍ରର କଣ୍ଠଶିଳ୍ପୀମାନେ ଗାନ୍ଧୀଜୀଙ୍କ ପ୍ରିୟ ଆଶ୍ରମ ଭଜନ ‘ବୈଷ୍ଣବ ଜନତୋ…’ ଓ ‘ରଘୁପତି ରାଘବ…’ ପରିବେଷଣ କରିଥିଲେ ।
ଏହି କାର୍ଯ୍ୟକ୍ରମରେ ସୂଚନା ଓ ଲୋକସଂପର୍କ ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂ, ବିଧାନସଭାର ସଚିବ ଶ୍ରୀ ଅମୀୟ କୁମାର ଷଡ଼ଙ୍ଗୀ, ସୂଚନା ଓ ଲୋକସଂପର୍କ ବିଭାଗ ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ନିରଞ୍ଜନ ସେଠୀ, ଉପନିର୍ଦ୍ଦେଶକ ଶ୍ରୀ ବିପିନ ବିହାରୀ ବାରିକି, ବହୁ ବୁଦ୍ଧିଜୀବୀ,ଛାତ୍ରଛାତ୍ରୀ,ଶିକ୍ଷକଶିକ୍ଷୟିତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ । ସୂଚନା ଅଧିକାରୀ ସୁଚେତା ପ୍ରିୟଦର୍ଶନୀ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।
Breaking News/ମୁଖ୍ୟ ଖବର:
୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତ