Blank space
Blank space
Breaking News/ମୁଖ୍ୟ ଖବର:
ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳା
Blank space

ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମ

0

ବାଲେଶ୍ୱର, ନିରପେକ୍ଷ ଖବର: ତା ୦୫/୦୩ ଓଡ଼ିଶା ରାଜ୍ୟ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ସଂଘ ପକ୍ଷରୁ ବାଲେଶ୍ବର ଜିଲ୍ଲାର ଔପଦା ବ୍ଲକ୍ ଔପଦା ଡିଗ୍ରୀ ମହାବିଦ୍ୟାଳୟ ରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମ ଜିଲ୍ଲାର ଜିଲ୍ଲା ସଂଯୋଜକ ସୁବାଷ ଚନ୍ଦ୍ର ରାଉତଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଛି।ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅଧ୍ୟାପିକା ତଥା ଔପଦା ଖଣ୍ଡର ଖଣ୍ଡ ସଂଯୋଜିକା ବନିସା ମୁଦୁଲି ପୋୖରହିତ୍ୟ କରିଥିଲେ।ଉକ୍ତ କାର୍ଯ୍ୟକ୍ରମ ରେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ତଥା ରାଜ୍ୟ ପୁରସ୍କାର ପ୍ରାପ୍ତ ପ୍ରଧାନ ଶିକ୍ଷକ ନିରଞ୍ଜନ ପ୍ରସାଦ ବାରିକ ଯୋଗଦେଇଥିଲେ। 01/06/2008 ରୁ 01/06/2018 ମସିହା ମଧ୍ୟରେ ରାଜ୍ୟର ବିଭିନ୍ନ ବେସରକାରୀ ମହାବିଦ୍ୟାଳୟ ରେ ନିଯୁକ୍ତି ପାଇଥିବା କର୍ମଚାରୀ ଙ୍କୁ ସରକାର ଶୀଘ୍ର ଅନୁଦାନ ପ୍ରଦାନ କରନ୍ତୁ ବୋଲି ଶ୍ରୀଯୁକ୍ତ ବାରିକ ମତାମତ ରଖିଥିଲେ।ଏ ନେଇ ସଂଘ 497 ଦିନ ଗାନ୍ଧୀ ମାର୍ଗ ନିର୍ଧାରିତ ଧାରଣା ସ୍ଥଳରେ ଅହୋରାତ୍ର ଧାରଣା ଦେଇସାରିଛି,ଅନେକ ମହାସମାବେଶ, ଦସ୍ତଖତ ଅଭିଯାନ, ବାରମ୍ବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅନୁଦାନ ନିମିତ୍ତ ଦାବି କରିଆସିଛି, ବିଭିନ୍ନ ସମୟରେ ସଂଘ ସରକାରଙ୍କୁ ବିଭିନ୍ନ ମାଧ୍ୟମରେ ଅବଗତ କରାଇ ଆସୁଥିଲେ ମଧ୍ୟ ସରକାର ଏଥିପ୍ରତି ତ୍ୱରିତ ପଦକ୍ଷେପ ଗ୍ରହଣ କରୁନଥିବାରୁ ସଂଘର ସଦସ୍ୟ ମାନେ ଦୁଃଖ ପ୍ରକାଶ କରିଥିଲେ।ଶ୍ରୀଯୁକ୍ତ ବାରିକ ଉକ୍ତ କାର୍ଯ୍ୟକ୍ରମ ମାଧ୍ୟମରେ ସରକାରଙ୍କୁ ଅନୁରୋଧ କରିଥିଲେ ଯେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଏ ଦିଗରେ ତ୍ୱରିତ ପଦକ୍ଷେପ ଗ୍ରହଣ କରି ଅନୁଦାନ ନିମିତ୍ତ ନୀତିଗତ ନିଷ୍ପତ୍ତି ନେବାକୁ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।ଉକ୍ତ କାର୍ଯ୍ୟକ୍ରମ ରେ ସଂଘର ସକ୍ରିୟ ସଦସ୍ୟ ବୃନ୍ଦ ସବିତା ମହାରଣା, ପୁଷ୍ପାଞ୍ଜଳି ବିଶ୍ଵାଳ, ରଞ୍ଜିତା ପଲେଇ, ଜିତେନ୍ଦ୍ର ରାଉତ, ବିଚିତ୍ରାନନ୍ଦ ପରିଡ଼ା ଏବଂ ନୀଳଶୈଳ ବିଶ୍ଵାଳ ପ୍ରମୁଖ ଯୋଗଦେଇ ଥିଲେ।

Mo sapath

Leave A Reply

Your email address will not be published.