ଭୁବନେଶ୍ୱର ,ନିରପେକ୍ଷ ଖବର(୪-୧୧-୨୦୧୯) : ରେଡ୍ ସ୍ୱସ୍ତିକ ସୋସାଇଟି ଏକ ସ୍ୱୀକୃତିପ୍ରାପ୍ତ ବେସରକାରୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ, ଦୀର୍ଘ ୧୮ ବର୍ଷ ଧରି ନିରବଚ୍ଛିନ୍ନ ଭାବେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ କାମ କରିଆସୁଅଛି । ଜାତି-ଧର୍ମ-ବର୍ଣ୍ଣ ନିର୍ବିଶେଷରେ ଭିନ୍ନକ୍ଷମ ବ୍ୟକ୍ତିବିଶେଷଙ୍କୁ ସାହାଯ୍ୟ କରିବା ପରି ମହତ୍ ଉଦ୍ଦେଶ୍ୟ ନେଇ ସ୍ଥାନୀୟ ଜୟଦେବ ଭବନଠାରେ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ପାଣ୍ଠି ସଂଗ୍ରହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି ଅନୁଷ୍ଠାନର ସଭାପତି ବିଜୟ ଆଚାର୍ଯ୍ୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଶ୍ରୀଧର ପାତ୍ର-ନିର୍ଦ୍ଦେଶକ (ଅର୍ଥ ବିଭାଗ, ନାଲ୍କୋ), ଚାଟାର୍ଡ଼ ରାଜୀବ ସାହୁ, ଲଳିତ ଦାସ (ଭାରତୀୟ ପୋଲିସ୍ ସେବା), ରାମ ପ୍ରସାଦ ପାତ୍ର-ସଭାପତି (ଲାୟନ୍ କ୍ଲବ୍, ଭୁବନେଶ୍ୱର), ବିଷ୍ଣୁ ପ୍ରସାଦ ମିଶ୍ର-ଉପନିର୍ଦ୍ଦେଶକ (ଜିନ୍ଦଲ୍ ଷ୍ଟିଲ୍ ଆଣ୍ଡ ପାୱାର), ଡଃ ନିମାଇଁ ଚରଣ ପରିଜା-ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିମ୍ପ୍ଲି କେୟାର ହସ୍ପିଟାଲ୍), ଡଃ ସ୍ମରଜିତ୍ ପଟ୍ଟନାୟକ-ଚିକିତ୍ସାଳୟ ଉପଦେଷ୍ଟା (ସିମ୍ପ୍ଲି କେୟାର ହସ୍ପିଟାଲ୍), ସୁଚିସ୍ମିତା ପୃଷ୍ଟି-ନିର୍ଦ୍ଦେଶିକା (ମୀନତି ବେହେରା କର୍କଟ ଅନୁଷ୍ଠାନ) ସହ ବହୁ ମାନ୍ୟଗଣ୍ୟ ଅତିଥିମାନେ ଯୋଗଦେଇ ଅନୁଷ୍ଠାନର କାର୍ଯ୍ୟକ୍ରମକୁ ସାଧୁବାଦ୍ ଜଣାଇଥିଲେ । ଏହି କାର୍ଯ୍ୟକ୍ରମରେ ସିଲ୍ଭର୍ ଏଜ୍ ଫାଉଣ୍ଡେସନ୍ସର ବୟୋଜ୍ୟେଷ୍ଠ ସଦସ୍ୟମାନେ ମଧ୍ୟ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମ ପରିଶେଷରେ ବିଭିନ୍ନ କଣ୍ଠଶିଳ୍ପୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ଅନୁଷ୍ଠାନର ସମ୍ପାଦକ ତଥା କୋଷାଧ୍ୟକ୍ଷ ଶ୍ରୀଯୁକ୍ତ ଦେବାଶିଷ ପଟ୍ଟନାୟକ ପରିଚାଳନା କରିଥିଲେ ।
Breaking News/ମୁଖ୍ୟ ଖବର:
୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତ