ଭୁବନେଶ୍ୱର,ନିରପେକ୍ଷ ଖବର ତା ୦୯/୦୭ ଆଜି ଓଡିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧ ବାର୍ଷିକୀ କଂଗ୍ରେସ ଭବନ, ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି Iଏହି ଉପଲକ୍ଷେ ସକାଳେ ଗୋପବନ୍ଧୁ ଛକ ସ୍ଥିତ ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତୀରେ ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କ ସମେତ କଂଗ୍ରେସସ ନେତୃବୃନ୍ଦ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ I ପରେ କଂଗ୍ରେସ ନେତୃବୃନ୍ଦ କଂଗ୍ରେସ ଭବନ ଠାରେ ଉତ୍କଳମଣିଙ୍କ ପ୍ରତିମୂର୍ତୀରେ ଶ୍ରଧାସୁମନ ଅର୍ପଣ କରିଥିଲେ Iଏହି ଅବସରରେ ଶ୍ରୀ ପଟ୍ଟନାୟକ କହିଥିଲେ ଉତ୍କଳମଣି ଗୋପବନ୍ଧୁ ଥିଲେ ତ୍ୟାଗ ଓ ସେବାର ମୂର୍ତ୍ତିମନ୍ତ ପ୍ରତୀକ I ରାଜନୀତି କ୍ଷେତ୍ରରେ ଓଡିଶାକୁ କଂଗ୍ରେସ ସହ ସାମିଲ କରିବାରେ ସେ ହେଉଛନ୍ତି ପ୍ରଥମ ବ୍ୟକ୍ତି ଓ ପ୍ରଥମ ସଭାପତି I ତାଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହେବା ପାଇଁ ଶ୍ରୀ ପଟ୍ଟନାୟକ ରାଜ୍ୟବାସିଙ୍କୁ ଅନୁରୋଧ କରିଥିଲେ I ଏହି ସମସ୍ତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସର ନେତୃବୃନ୍ଦ ସର୍ବଶ୍ରୀ ଶରତ ପଟ୍ଟନାୟକ,ସୁରେଶ କୁମାର ରାଉତରାୟ ,ଶିବାନନ୍ଦ ରାୟ ,କିଶୋର ଜେନା ,ମନୋରଞ୍ଜନ ଦାଶ ,ଜ୍ୟୋତିଷ ସାହୁ ,ପ୍ରଣତି ମିଶ୍ର ,ପ୍ରକାଶ ମିଶ୍ର ,ଲିଙ୍ଗରାଜ ସାହୁ ,ଦୀପକ ମହାପାତ୍ର ,ଜୟକୃଷ୍ଣ ସୁବୁଦ୍ଧି ,ସଂକୁନା କଂହର ,ଦେବେନ୍ଦ୍ର ପ୍ରାସାଦ ଦାଶ ,ଶ୍ରେୟାସ୍ମିତା ପଣ୍ଡା ,ମୁନି ଥାପ୍ପା ପ୍ରମୁଖ ଉପସ୍ଥିତ ରହି ଗୋପବନ୍ଧୁଙ୍କ ପ୍ରତି ଶ୍ରଧାଞ୍ଜଳି ଜଣାଇଥିଲେ I
Breaking News/ମୁଖ୍ୟ ଖବର:
୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତ