Blank space
Blank space
Breaking News/ମୁଖ୍ୟ ଖବର:
Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବ
Blank space

“ଦି ଇଣ୍ଟରଭ୍ୟୁ ଟାଇମ୍ସ”ର ୧୦ମ ବାର୍ଷିକ ଉତ୍ସବ ପାଳିତ

ସମ୍ମାନିତ ହେଲେ ୧୦ଜଣ ଜୀବନ୍ତ କିମ୍ବଦନ୍ତୀ ଓ୨୦ଜଣ ପ୍ରେରଣାଦାୟୀ ବ୍ୟକ୍ତିବିଶେଷ...

0

ଭୁବନେଶ୍ୱର,ନିରପେକ୍ଷ ଖବର : ରାଜ୍ୟର ଅଗ୍ରଣୀ ମାସିକ ପତ୍ରିକା “ଦି ଇଣ୍ଟରଭ୍ୟୁ ଟାଇମ୍ସ”ର ୧୦ମ ବାର୍ଷିକ ଉତ୍ସବ ହୋଟେଲ୍ ମେ’ଫେୟାର, ଭୁବନେଶ୍ୱର ଠାରେ ଅନୁଷ୍ଠିତ ହୋଇଯାଇଛି । କୋଭିଡ୍‌-୧୯ ମହାମାରୀ କଟକଣା ସହ ରାଜ୍ୟସରକାରଙ୍କ ଦ୍ୱାରା ଜାରି ହୋଇଥିବା କୋଭିଡ଼୍ ଗାଇଡ଼୍‌ଲାଇନ୍‌କୁ ଅନୁପାଳନ କରି କାର୍ଯ୍ୟକ୍ରମ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ କ୍ୟାପ୍‌ଟେନ୍ ଦିବ୍ୟଶଙ୍କର ମିଶ୍ର (ମାନ୍ୟବର ମନ୍ତ୍ରୀ, ଗୃହ, ଶିଳ୍ପ, ଶକ୍ତି, କ୍ଷୁଦ୍ର, ମଧ୍ୟମ ଓ ଲଘୁ ଉଦ୍ୟୋଗ, ଓଡ଼ିଶା ସରକାର) ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ । ଏଥି ସହ ସ୍ୱତନ୍ତ୍ର ଅତିଥି ଭାବେ ସୌମେନ୍ଦ୍ର ପ୍ରିୟଦର୍ଶୀ (ପୋଲିସ୍ କମିଶନର, ଦ୍ୱୌତନଗରୀ), ଡ଼ଃ ସୁଜାତା କର (ବରିଷ୍ଠ ସ୍ତ୍ରୀ ରୋଗ ବିଶେଷଜ୍ଞ), ଶ୍ରୀ ମହେନ୍ଦ୍ର ଗୁପ୍ତା (ଅଧ୍ୟକ୍ଷ, ଗୁପ୍ତା ପାୱାର୍‌) ଓ ମୁଖ୍ୟ ବକ୍ତା ଭାବେ ଡ଼ଃ ଓମ୍‌କାର୍‌ନାଥ ମହାନ୍ତି ଯୋଗଦାନ କରିଥିଲେ । ପ୍ରାରମ୍ଭରେ “ଦି ଇଣ୍ଟରଭ୍ୟୁ ଟାଇମ୍ସ”ର ସମ୍ପାଦକ ଦିବ୍ୟଜିତ୍ ସାହୁ ସ୍ୱାଗତ ଭାଷଣ ରଖିବା ସହ “ଦି ଇଣ୍ଟରଭ୍ୟୁ ଟାଇମ୍ସ” ପତ୍ରିକାର ଦୀର୍ଘ ୧୦ ବର୍ଷର ଯାତ୍ରା ସମ୍ପର୍କରେ ସୂଚନା ଦେଇଥିଲେ । ମାନ୍ୟବର ଓଡ଼ିଶା ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍ ଏକ ସ୍ୱତନ୍ତ୍ର ଭିଡ଼ିଓ ର୍ବାର୍ତା ଜରିଆରେ “ଦି ଇଣ୍ଟରଭ୍ୟୁ ଟାଇମ୍ସ”ର ୧୦ବର୍ଷର ଯାତ୍ରାର ଅଭିଯାନକୁ ଭୁୟଷୀ ପ୍ରଶଂସା କରିବା ସହ ସମ୍ବର୍ଦ୍ଧିତ ବ୍ୟକ୍ତିବିଶେଷଙ୍କୁ ଶୁଭେଚ୍ଛା ଜଣାଇଥିଲେ । ଏହି ଅବସରରେ ଅତିଥିମାନେ “ଦି ଇଣ୍ଟରଭ୍ୟୁ ଟାଇମ୍ସ”ର ପ୍ରୟାସକୁ ସାଧୁବାଦ୍ ଜଣାଇବା ସହ ଅନୁଷ୍ଠାନର ଉତ୍ତୋରତର ଉନ୍ନତି କାମନା କରିଥିଲେ । ଏହି କାର୍ଯ୍ୟକ୍ରମରେ “ଦି ଇଣ୍ଟରଭ୍ୟୁ ଟାଇମ୍ସ”ର ସ୍ୱତନ୍ତ୍ର ସଂଖ୍ୟା ଉନ୍ମୋଚିତ କରାଯାଇଥିଲା । ମଞ୍ଚ ସଭା ପରେ “ଦି ଇଣ୍ଟରଭ୍ୟୁ ଟାଇମ୍ସ” ପରିବାର ତରଫରୁ ୧୦ ଜଣ ବ୍ୟକ୍ତିତ୍ୱଙ୍କୁ ଜୀବନ୍ତ କିମ୍ବଦନ୍ତୀ ସମ୍ମାନ ଓ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ୨୦ଜଣ ବ୍ୟକ୍ତିବିଶେଷଙ୍କୁ ସମ୍ମାନଜନକ “ଶ୍ରେଷ୍ଠ-୨୦ ଓଡ଼ିଶାର ପ୍ରେରଣାଦାୟୀ ବ୍ୟକ୍ତିତ୍ୱ” ଭାବେ ସମ୍ବର୍ଦ୍ଧିତ କରାଯାଇଥିଲା। କାର୍ଯ୍ୟକ୍ରମରେ “ଦି ଇଣ୍ଟରଭ୍ୟୁ ଟାଇମ୍ସ”ର ଅଧ୍ୟକ୍ଷ ଡ଼ଃ ସୁଭାଶିଷ ଦାସ ଏବଂ ଅନୁଷ୍ଠାନର ସଦସ୍ୟ ଅରୁଣ କୁମାର ମାହାନା, ପ୍ରମୋଦ କୁମାର ଲେଙ୍କା ଓ ମୁଖ୍ୟ ଲୋକସମ୍ପର୍କ ଅଧିକାରୀ ରାଜୀବ ନୟନ ପ୍ରମୁଖ ଉପସ୍ଥିତ ଥିଲେ । ପରିଶେଷରେ ସହସମ୍ପାଦକ ଶୁଭୋଜିତ୍ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ ।

Mo sapath

Leave A Reply

Your email address will not be published.