Blank space
Blank space
Breaking News/ମୁଖ୍ୟ ଖବର:
ବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆ
Blank space

ବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତ

0

ଭୁବନେଶ୍ୱର, ନିରପେକ୍ଷ ଖବର ତା:୨୮/୦୪/୨୫ ଉତ୍କଳଗୌରବ ମଧୁସୂଦନ ଦାସ ଥିଲେ ଓଡ଼ିଆ ଜାତିର ଗର୍ବ ଓ ଗୌରବର ପ୍ରତୀକ । ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ସେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ । ଓଡ଼ିଶାରେ ନୂତନ ରାଜନୈତିକ ଚେତନା ସୃଷ୍ଟି କରି ଓଡ଼ିଶାର ଏବଂ ଓଡ଼ିଆ ଜାତିର ଉନ୍ନତି ଓ ସ୍ୱାର୍ଥରକ୍ଷା ତଥା ସ୍ୱାଭିମାନ ବଜାୟ ରଖିବା ପାଇଁ ମଧୁବାବୁ ସର୍ବସ୍ୱ ତ୍ୟାଗ କରିଥିଲେ । ଛାତ୍ର ଜୀବନଠାରୁ ମୃତୁ୍ୟ ପର୍ଯ୍ୟନ୍ତ ତାଙ୍କର ଜୀବନ ଥିଲା ସଂଘର୍ଷମୟ । ସେ ସାରାଜୀବନ ଦେଶ ଓ ଜାତି ପାଇଁ ସଂଘର୍ଷ କରି ଭାରତବର୍ଷରେ ଓଡ଼ିଆ ଜାତିର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିଲେ । ଯାହାଫଳରେ ଓଡ଼ିଆ ଜାତି ଆଜି ଭାରତବର୍ଷରେ ଏକ ସ୍ୱତନ୍ତ୍ର ମର୍ଯ୍ୟାଦାପୂର୍ଣ୍ଣ ଆସନ ହାସଲ କରିପାରିଛନ୍ତି ।

ମଧୁସୂଦନ ଦାସ ୧୮୪୮ ମସିହା ଅପ୍ରେଲ ୨୮ ତାରିଖ ଦିନ କଟକ ଜିଲ୍ଲାର ସତ୍ୟଭାମାପୁର ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ସ୍ୱତନ୍ତ୍ର ଓଡ଼ିଶା ପ୍ରତେଶ ଗଠନ ତଥା ଓଡ଼ିଆ ଜାତିର ସାମଗି୍ରକ ବିକାଶ ମଧୁବାବୁଙ୍କର ସ୍ୱପ୍ନ ଓ ସଂକଳ୍ପ ଥିଲା । ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଦୁଇବର୍ଷ ପୂର୍ବରୁ ୧୯୩୪ ମସିହା ଫେବୃଆରୀ ମାସ ୪ ତାରିଖ ଦିନ ଉତ୍କଳ ଜନନୀର ଏହି ମହାନ୍‌ ବରପୁତ୍ରଙ୍କ ଜୀବନ ଦୀପ ଲିଭି ଯାଇଥିଲା । ଓଡ଼ିଆ ଜାତିର ଉତ୍‌ଥାନ ପାଇଁ ସେ ସର୍ବଦା ଚେଷ୍ଟିତ ଥିଲେ । ଓଡ଼ିଆ ଜାତି ପ୍ରତି ତାଙ୍କର ଆତ୍ମୀୟତାର ପଟାନ୍ତର ନାହିଁ । ପ୍ରକୃତରେ ସେ ଥିଲେ ଉତ୍କଳ ଜନନୀର ଯୋଗ୍ୟତମ ସନ୍ତାନ ।

Blank space

ଆଜି ବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ଯୋଗଦେଇ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପବାଚସ୍ପତି ଶ୍ରୀ ଭାବାନୀଶଙ୍କର ଭୋଇ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ, କଂଗ୍ରେସ ବିଧାୟକ ଦଳ ନେତା ଶ୍ରୀ ରାମଚନ୍ଦ୍ର କାଡ଼ାମ, ବିଧାୟକ ଶ୍ରୀ ବାବୁ ସିଂ, ଶ୍ରୀ ପ୍ରଫୁଲ୍ଲ ଚନ୍ଦ୍ର ପ୍ରଧାନ, ଉତ୍କଳ ସମ୍ମିଳନୀର ବରିଷ୍ଠ କାର୍ଯ୍ୟକର୍ତ୍ତା, ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତ ପ୍ରମୁଖ ଉପସ୍ଥିତ ରହି ଉତ୍କଳଗୌରବ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ପ୍ରଦାନ ପୂର୍ବକ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।

ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଦେଶାତ୍ମବୋଧକ ସଂଗୀତ ପରିବେଷିତ ହୋଇଥିଲା । ସୁଶ୍ରୀ ରୋଜାଲିନ୍‌ ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।

 

Mo sapath

Leave A Reply

Your email address will not be published.