Blank space
Blank space
Breaking News/ମୁଖ୍ୟ ଖବର:
Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବ
Blank space

ଭିଏସ୍‍ଏସ୍‍ ନଗର ଗଡ଼େଶ୍ୱର ହାଟ ବଣିକ ସଂଘ ପକ୍ଷରୁ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା

0

ଭୁବନେଶ୍ୱର,ନିରପେକ୍ଷ ଖବର: ମହାମାରୀ କରୋନା ଭୂତାଣୁ ପ୍ରଭାବ ଯୋଗୁ ଲୋକେ ଘରେ ରହୁଥିବାବେଳେ ନିଜ ଜୀବନକୁ ବାଜି ଲଗାଇ ପ୍ରତିଦିନ ସହର ଗଳିକନ୍ଦି ବୁଲି ସଫାସୁତୁରା କାର୍ଯ୍ୟରେ ନିୟୋଜିତ କରିଥିବା ଭୁବନେଶ୍ୱର ମହାନଗର ନିଗମ(ବିଏମ୍‍ସି)ର ସଫେଇ କର୍ମଚାରୀଙ୍କୁ ସେମାନଙ୍କ ଉତ୍ସର୍ଗିକୃତ ସେବା ପାଇଁ ସମ୍ବର୍ଦ୍ଧନା ଦିଆଯାଇଛି । ଗୁରୁବାର ଗଣେଶ ପୂଜା ମଣ୍ଡପ ସମ୍ମୁଖରେ ଆୟୋଜିତ ଏକ ନିରାଡ଼ମ୍ବର ଉତ୍ସବରେ ସଂଘର କର୍ମକର୍ତ୍ତା ବିଏମ୍‍ସି ସଫେଇ କର୍ମଚାରୀଙ୍କୁ ଉପଢ଼ୌକନ, ଶାଢ଼ି ଓ ହାତ ଧୋଇବା ପାଇଁ ସାବୁନ ଦେଇ ସମ୍ବର୍ଦ୍ଧିତ କରିଥିଲେ ଓ ସେମାନଙ୍କୁ ରନ୍ଧାଖାଦ୍ୟ ବଣ୍ଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଭିଏସ୍‍ଏସ୍‍ ନଗର ଅଞ୍ଚଳ ପ୍ରକଳ୍ପ ସଂଯୋଜକ ପ୍ରବେଶ କୁମାର ସାହୁ, ଏସ୍‍ଭିଆର ଇନ୍ଦ୍ରଜିତ ନାୟକ ଓ ରାମ୍‍କୃଷ୍ଣ ଧନ୍‍ୱାରଙ୍କ ସମେତ ୪୭ଜଣ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧିତ ହୋଇଥିଲେ । କାର୍ଯ୍ୟକ୍ରମରେ ପ୍ରତ୍ୟେକ ସଫେଇ କର୍ମଚାରୀ ସରକାରୀ ନିୟାମାନୁସାରେ ସାମାଜିକ ଦୂରତା ବଜାୟ ରଖିଥିଲେ ଏବଂ କରୋନା ମହାମାରୀ ରୋକିବା ପାଇଁ ସଚେତନତା ସୃଷ୍ଟି କରିଥିଲେ ।
ଏହି ଅବସରରେ ଭିଏସ୍‍ଏସ୍‍ ନଗର ଗଡ଼େଶ୍ୱର ହାଟ ବଣିକ ସଂଘ ସଭାପତି ଲକ୍ଷ୍ମଣ ସାହୁ ଯୋଗଦେଇ କହିଥିଲେ ଯେ ମହାମାରୀ ‘କରୋନା’ ଆତଙ୍କରେ ସମଗ୍ର ବିଶ୍ୱ ଆତଙ୍କିତ । ଏହି ଜୀବନ କରୋନା ରୂପି ରାକ୍ଷସ ଅନେକ ନିରୀହ ଜୀବନ ନେଇସାରିଥିବାବେଳେ ବ୍ୟାପକ ସଚେତନତା ଦ୍ୱାରା ଏହା ରୋକାଯାଇପାରିବ । ଯେଉଁମାନେ ଏହି କରୋନା ଭୂତାଣୁ ସଂକ୍ରମଣରୁ ମାନବ ସମାଜକୁ ରକ୍ଷା କରିବା ପାଇଁ ଜୀବନକୁ ବାଜି ଲଗାଇ ଏହି ମହତ୍‍ କାର୍ଯ୍ୟରେ ନିଜକୁ ସମର୍ପିତ କରିଛନ୍ତି ସେମାନଙ୍କ ମଧ୍ୟରୁ ସଫେଇ କର୍ମଚାରୀ ଅନ୍ୟତମ । ପରିବେଶକୁ ସଫାସୁତୁରା ରଖି କରୋନା ରାକ୍ଷସ ସହିତ ସମ୍ମୁଖ ଯୁଦ୍ଧ କରି ‘ମହାନାୟକକ’ର ଭୂମିକାରେ ଅବତ୍ତୀର୍ଣ୍ଣ ହୋଇଛନ୍ତି ସଫେଇ କର୍ମଚାରୀ । ଏହି ମହାନ କାର୍ଯ୍ୟରେ ନିୟୋଜିତ ଥିବା ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧିତ କରି ବଣିକ ସଂଘ ନିଜକୁ ଧନ୍ୟ ମନେ କରିଛି । ପ୍ରକଳ୍ପ ସଂଯୋଜକ ପ୍ରବେଶ କୁମାର ସାହୁ କହିଥିଲେ ଯେ ସଫେଇ କର୍ମଚାରୀ ସକାଳୁ ଘର ଘର ବୁଲି ଅଳିଆ ସଂଗ୍ରହ କରିବା ସହିତ ପରିବେଶ ସଫାସୁତୁରା ରଖୁଛନ୍ତି ଓ ଜନ ସଚେତନତା ସୃଷ୍ଟି କରୁଛନ୍ତି । କରୋନା ଭୁତାଣୁ ସଂକ୍ରମଣକୁ ରୋକିବା ପାଇଁ ଆପଣମାନେ ଘରେ ରୁହନ୍ତୁ ଓ ଆମ ସହଯୋଗ କରନ୍ତୁ । କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସଂଘର ସମ୍ପାଦକ ମନୋରଞ୍ଜନ ସାହୁ, ସହସମ୍ପାଦକ ପ୍ରମୋଦ କୁମାର ସାହୁ, କୋଷାଧ୍ୟକ୍ଷ ପ୍ରଶାନ୍ତ କୁମାର ସାଥୁଆଙ୍କ ସମେତ ସଦସ୍ୟ ଦୀପକ କୁମାର ବାରିକ, ମୃତ୍ୟୁଞ୍ଜୟ ମାଣିକ, ବୁଦ୍ଧନାଥ ସାହୁ, ବିକ୍ରମ କେଶରୀ ସାହୁ, ବୁଲେଇ ସାହୁ, ରଞ୍ଜିତ ସାହୁ, ପ୍ରତାପ ମଣ୍ଡଳ, ଅଜୟ ବିଶ୍ୱାଳ, ସରୋଜ ମାଣିକ, ଉତ୍ତମ ମହାନ୍ତି, ଗୋଲକ ଦଳେଇ, ମନୋଜ ମହାନ୍ତି, ରଞ୍ଜନ ଗଡ଼ନାୟକ, ପୂର୍ଣ୍ଣଚନ୍ଦ୍ର ସାହୁ, ଜଗବନ୍ଧୁ ସାହୁ, ମଦନ ବାରିକ ପ୍ରମୁଖ ଉପସ୍ଥିତ ଥିଲେ ।

Public advised
Mo sapath

Leave A Reply

Your email address will not be published.