Blank space
Blank space
Breaking News/ମୁଖ୍ୟ ଖବର:
ଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁ
Blank space

କାୟା ଵିସ୍ତାରୁଛି ମହାମାରୀ ଗୋଟିଏ ଦିନରେ ୨୦ ଆକ୍ରାନ୍ତ….

0

ଭୁବନେଶ୍ୱର ,ନିରପେକ୍ଷ ଖବର:ତା-୭/୫/ ରାଜ୍ୟରେ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି କରୋନା । ଏହି ମହାମାରୀକୁ ରୋକିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି । କିନ୍ତୁ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଏହି ପରିପ୍ରେକ୍ଷୀରେ ରାଜ୍ୟରେ ଆଉ ୨୦କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତମାନଙ୍କ ମଧ୍ୟରୁ ୧୭ଜଣ ଗଞ୍ଜାମ ଜିଲ୍ଲାର ଥିବାବେଳେ ୩ଜଣ ମୟୁରଭଞ୍ଜ ଜିଲ୍ଲାର ରହିଛନ୍ତି । ତେବେ ମୟୁରଭଞ୍ଜ ଜିଲ୍ଲାରେ ପ୍ରଥମ ଥର କରୋନା ଚିହ୍ନଟ ହେବା ସହ ଏହି ଜିଲ୍ଲା ଏବେ କରୋନା ମ୍ୟାପ୍‌ରେ ଯୋଡି ହୋଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟର ଗତକାଲି ବିଭିନ୍ନ ସ୍ଥାନରୁ ୯ଜଣ ସଂକ୍ରମିତ ଚିହ୍ନଟ ହୋଇଥିଲେ । ଯାହାକୁ ମିଶାଇ ରାଜ୍ୟରେ ଗତାକାଲି ସୁଦ୍ଧା ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୮୫ରେ ପହଞ୍ଚିଥିଲା । ଗତକାଲି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ, ବାଲେଶ୍ୱର, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡା ଜିଲ୍ଲାରୁୁ ଚିହ୍ନଟ ହୋଇଥିଲେ । ତେବେ ଚିହ୍ନଟ ହୋଇଥିବା ସମସ୍ତ ସଂକ୍ରମିତଙ୍କ ମଧ୍ୟରୁ କାହାର ପଶ୍ଚିମବଙ୍ଗ ଲିଙ୍କ୍ ରହିଥିଲା ତ କାହାର ସୁରଟ ଲିଙ୍କ୍‌ ରହିଥିଲା । ରାଜ୍ୟରେ ଏବେ କରୋନା ମ୍ୟାପ୍‌ରେ ଜଗତସିଂହପୁର ଜିଲ୍ଲା ଯୋଡି ହୋଇଛି ।

Mo sapath

Leave A Reply

Your email address will not be published.