
ଭୁବନେଶ୍ୱର,ନିରପେକ୍ଷ ଖବର:ତା ୧୨/୧୨/୨୦୧୯ ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ଙ୍କର ନବମ ବୈଠକ ବିଧାୟକ ଶ୍ରୀ ପ୍ରଫୁଲ୍ଲ ସାମଲ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବିଧାନସଭାସ୍ଥିତ ପ୍ରକୋଷ୍ଠ ନଂ-୫୫ରେ ଅନୁଷ୍ଠିତ ଏହି ବୈଠକରେ କମିଟିର ସଦସ୍ୟମାନଙ୍କ ମଧ୍ୟରେ ପ୍ରାରମ୍ଭିକ ଆଲୋଚନା ସହ ପୂର୍ତ୍ତ ଏବଂ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର କାର୍ଯ୍ୟାବଳୀ ସଂପର୍କରେ ଆଲୋଚନା ହୋଇଥିଲା । ଏହି ବୈଠକରେ ବିଧାୟକ ଶ୍ରୀ ଅମର ପ୍ରସାଦ ଶତପଥୀ, ଶ୍ରୀ ତାରାପ୍ରସାଦ ବାହିନୀପତି, ଶ୍ରୀ ବ୍ୟୋମକେଶ ରାୟ, ଶ୍ରୀ ଅନନ୍ତ ନାରାୟଣ ଜେନା, ଶ୍ରୀ ବିକ୍ରମ କୁମାର ପଣ୍ଡା, ଶ୍ରୀ ଜୟନ୍ତ କୁମାର ଷଡଙ୍ଗୀ, ଶ୍ରୀ ପ୍ରକାଶ ସୋରେନ୍ ପ୍ରମୁଖ ଅଂଶଗ୍ରହଣ କରିଥିଲେ । ଏଥିରେ ବିଧାନସଭାର ସଚିବ ଶ୍ରୀ ଦାଶରଥୀ ଶତପଥୀଙ୍କ ସମେତ ପୂର୍ତ୍ତ ଏବଂ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ତଥା ବିଧାନସଭାର ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।
