ଭୁବନେଶ୍ୱର, ନିରପେକ୍ଷ ଖବର:ତା,୨୯/୦୪ ଦକ୍ଷିଣ ଆଣ୍ଡାମାନ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି, କିନ୍ତୁ ଏହା ଦ୍ୱାରା ବାତ୍ୟା ହେବାର ଆଶଙ୍କା କମ୍ ଅଛି। ଓଡ଼ିଶା, ଆନ୍ଧ୍ର ପ୍ରଭୃତି ରାଜ୍ୟରେ ବାତ୍ୟା ଆଶଙ୍କା ନାହିଁ ବୋଲି ଭାରତୀୟ ପାଣିପାଗ ବିଭାଗ ସ୍ପଷ୍ଟ କରିଛି । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାର କେତେକ ଜିଲ୍ଲାରେ କିଛି ମାତ୍ରାରେ ବର୍ଷା ଲାଗିରହିବ ଓ ଅନ୍ୟ କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ସହ ବଜ୍ରପାତ ହେବାର ଆଶଙ୍କା ରହିଛି । ଏହା ସହିତ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବୋହିବାର ସମ୍ଭାବନା ଅଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ୮ ଟି ଜିଲ୍ଲା ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କେନ୍ଦୁଝର ଏବଂ ମୟୂରଭଞ୍ଜରେ ହଳଦିଆ ସତର୍କତା ବା ୟେଲୋ ଓ୍ୱାର୍ଣିଂ ଜାରି କରାଯାଇଛି । ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଭୁବନେଶ୍ୱରର ଆକାଶ ମେଘୁଆ ରହିବା ସହ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ କହିଛି ।
