Blank space
Blank space
Breaking News/ମୁଖ୍ୟ ଖବର:
Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବ
Blank space

ବାତ୍ୟା ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା

ବାତ୍ୟା ମୁକାବିଲା ନେଇ ୧୨ ଜିଲ୍ଲାପାଳଙ୍କ ସହ ପ୍ରସ୍ତୁତି ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର,ନିରପେକ୍ଷ ଖବର: ୧୬|୦୫: ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ସମସ୍ତ ପ୍ରସ୍ତୁତି କରିସାରିଛନ୍ତି ରାଜ୍ୟ ସରକାର । ଆଜି ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ୧୨ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଆଲୋଚନା କରିବା ସହ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାତ୍ୟା ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବ କିନ୍ତୁ ବନ୍ୟା ଭୟ ନାହିଁ । ସେହିଭଳି ଆବଶ୍ୟକ ହେଲେ ପ୍ରଭାବିତ ଆଶଙ୍କା ଥିବା ଅଂଚଳରୁ ଲୋକଙ୍କୁ ସ୍ଥାନାନ୍ତର କରିବା ସହ ଆନୁସଙ୍ଗିକ ବ୍ୟବସ୍ଥା କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦେଶ ଦିଆଯାଇଛି ବୋଲି କହିଛନ୍ତି ସ୍ପେଶାଲ ରିଲିଫ୍ କମିଶନର । ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ସରକାର ପ୍ରସ୍ତୁତ । ୧୨ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଆଲୋଚନା କରିବା ସହ ପୂରା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏନଡିଆରଏଫ୍, ଓଡ୍ରାଫ୍, ପଞ୍ଚାୟତିରାଜ ବିଭାଗ, ଅଗ୍ନିଶମ ବାହିନୀକୁ ସଜାଗ ରହିବାକୁ ନିର୍ଦେଶ ଦିଆଯାଇଛି । ଦରକାର ପଡ଼ିଲେ ପ୍ରଭାବିତ ଆଶଙ୍କା ଥିବା ଅଂଚଳରୁ ଲୋକଙ୍କୁ ସ୍ଥାନାନ୍ତର କରାଯିବ । ଏଥି ସହ ଆନୁସଙ୍ଗିକ ବ୍ୟବସ୍ଥା କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦେଶ ଦିଆଯାଇଛି । ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଥିବା ବେଳେ, ଯେଉଁମାନେ ସମୁଦ୍ର ଭିତରେ ଅଛନ୍ତି ସେମାନଙ୍କୁ ଫେରାଇ ଆଣିବାକୁ ଉଦ୍ୟମ କରାଯାଉଛି । ମତ୍ସ୍ୟଜୀବୀ ସଂଘ ସହ ଆଲୋଚନା କରି ତଥ୍ୟ ସଂଗ୍ରହ ପରେ ସମୁଦ୍ରଭିତରେ ଥିବା ମତ୍ସ୍ୟଜୀବୀଙ୍କୁ ଉଦ୍ଧାର ପାଇଁ ଉଦ୍ୟମ କରାଯାଉଛି । ଆସନ୍ତା ୧୯ ଓ ୨୦ ତାରିଖ ଓଡ଼ିଶା ପାଇଁ ବେଶ୍ ଗୁରୁତ୍ବପୂର୍ଣ୍ଣ ହୋଇଥିବାରୁ ସ୍ଥିତିର ମୁକାବିଲା ପାଇଁ ସରକାରଙ୍କ ତରଫରୁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି । ଉତ୍ତର ଓଡ଼ିଶାର ୪ଜିଲ୍ଲା ଅଧିକ ପ୍ରଭାବିତ ହେବା ଆଶା କରାଯାଉଥିବା ବେଳେ ଭଦ୍ରକ, ବାଲେଶ୍ବର, ଜଗତସିଂହପୁର ଏବଂ କେନ୍ଦ୍ରପଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ମୁକାବିଲା କାର୍ଯ୍ୟ ଆରମ୍ଭ ହୋଇଯାଇଛି । ଆଜି ଏନଡିଆରଏଫର ୨୨ଜଣିଆ ଟିମ୍ ଜଗତସିଂହପୁର ଜିଲ୍ଲାରେ ପହଞ୍ଚିଛି । ପ୍ରଥମେ କରୋନା କଟକଣା ଆଉ ଏବେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତି । ଚାଷୀ ମୁଣ୍ଡରେ ଚଡ଼କ ପକାଇଛି ।

Mo sapath

Leave A Reply

Your email address will not be published.