Blank space
Blank space
Breaking News/ମୁଖ୍ୟ ଖବର:
ଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁ
Blank space

ଆସନ୍ତାକାଲି ୧୮ ଜିଲ୍ଲାରେ ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରହିବ….

0

ଭୁବନେଶ୍ୱର(ନିରପେକ୍ଷ ଖବର):ଦୁଇ ଦିନିଆ ଭାରତ ବନ୍ଦର ଦ୍ୱିତୀୟ ଦିନ ଅର୍ଥାତ ଆସନ୍ତାକାଲି ୧୮ ଜିଲ୍ଲାରେ ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରଖିବାକୁ ଜିଲ୍ଲାପାଳମାନେ ନିଷ୍ପତ୍ତି ନେଇଛନ୍ତି। ସମ୍ପୃକ୍ତ ଜିଲ୍ଲା ଗୁଡ଼ିକ ହେଲା- ବାଲେଶ୍ୱର, ପୁରୀ, ଖୋର୍ଦ୍ଧା, ମୟୂରଭଞ୍ଜ, ଜଗତସିଂହପୁର, ସମ୍ବଲପୁର, ଯାଜପୁର, କନ୍ଧମାଳ, ନୂଆପଡ଼ା, ସୁନ୍ଦରଗଡ଼, କେନ୍ଦୁଝର, କଟକ, କେନ୍ଦ୍ରାପଡ଼ା, ବଲାଙ୍ଗିର, ବରଗଡ଼, କୋରାପୁଟ, ନବରଙ୍ଗପୁର, ଅନୁଗୋଳ।ବିଭିନ୍ନ ଶ୍ରମିକ ସଂଗଠନର ଭାରତ ବନ୍ଦ ଡାକରା ଯୋଗୁ ଆସନ୍ତାକାଲି ଶିକ୍ଷାନୁଷ୍ଠାନ ବନ୍ଦ ରହିବ କି ନାହିଁ ସେ ନେଇ ଜିଲ୍ଲାପାଳମାନେ ନିଷ୍ପତ୍ତି ନେବେ ବୋଲି ଆଜି ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଥିଲା। ଏହା ପରେ ଜିଲ୍ଲାପାଳମାନେ ଛୁଟି କରିବାକୁ ଘୋଷଣା କରିଛନ୍ତି।
ବନ୍ଦ ଡାକରା ପାଇଁ ସମଗ୍ର ରାଜ୍ୟରେ ଜୀବନଯାତ୍ରା ପ୍ରଭାବିତ ହୋଇଛି। ଦୂର ଯାତ୍ରା କରୁଥିବା ଟ୍ରେନ୍‌ ଗୁଡ଼ିକ ବିଭିନ୍ନ ଷ୍ଟେସନ୍‌ରେ ଅଟକି ରହିଥିବାରୁ ଯାତ୍ରୀମାନେ ବୋହୁ ସମସ୍ୟାର ସମୁଖୀନ ହୋଇଛନ୍ତି। ସେହିପରି ଭୁବନେଶ୍ୱର ସମେତ ବିଭିନ୍ନ ସହରାଞ୍ଚଳରେ କିଛି ସ୍ଥାନରେ ହିଂସାକାଣ୍ଡ ଘଟିଥିବା ଖବର ଆସିଛି। ଏହାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନେ ଆସନ୍ତାକାଲି ସ୍କୁଲ ଓ କଲେଜ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

Mo sapath

Leave A Reply

Your email address will not be published.