Blank space
Blank space
Breaking News/ମୁଖ୍ୟ ଖବର:
ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳା
Blank space

ସରକାରଙ୍କ ନିଷ୍ପତିକୁ ବାଆଁ ବାଆଁ କରି ଉଡାଇ ଦେଉଛି ମୟୁରଭଞ୍ଜ ଜିଲ୍ଲା ପ୍ରଶାସନ

0

ବାରିପଦା (ନିରପେକ୍ଷ ଖବର) ୧୫/୩ : କରୋନାର କରାଳ ରୂପରେ ସାରା ବିଶ୍ୱ ଦୋହଲୁଥିବା ବେଳେ ଓଡ଼ିଶାରେ ମଧ୍ୟ କୋକୁଆ ଭୟର ବାତାବରଣ ସୃଷ୍ଟି ହୋଇଛି। ସେଥିପାଇଁ ରାଜ୍ୟ ସରକାର କରୋନକୁ ମହାମାରୀ ଘୋଷଣା କରି ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଶିକ୍ଷାନୁଷ୍ଠାନ, ପ୍ରେକ୍ଷାଳୟ ଆଦିକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏପରିକି କୌଣସି ଭିଡଭାଡ ସ୍ଥାନକୁ ନ ଯିବାକୁ ଅନୁରୋଧ କରିଛନ୍ତି । ହେଲେ ସରକାରଙ୍କ ଏହି ନିର୍ଦ୍ଧେଶକୁ ସମଗ୍ର ରାଜ୍ୟ ଅକ୍ଷରେ ଅକ୍ଷରେ ପାଳନ କରୁଥିବା ବେଳେ ମୟୁରଭଞ୍ଜ ଜିଲ୍ଲା ପ୍ରଶାସନ କିନ୍ତୁ ସରକାରଙ୍କ ନିଷ୍ପତିକୁ ବାଆଁ ବାଆଁ କରି ଉଡାଇ ଦେଉଛି। କରୋନା ଭାଇରସ କବଳରୁ ଜନସାଧାରଣଙ୍କୁ ଉଦ୍ଧାର କରିବା ପାଇଁ ସମସ୍ତ ମେଳା ମହୋତ୍ସବକୁ ବାତିଲ କରାଯାଇଥିବା ବେଳେ ମୟୁରଭଞ୍ଜ ଜିଲ୍ଲା ପ୍ରଶାସନ କିନ୍ତୁ ବାରିପଦା ଛଉ ପଡ଼ିଆରେ ବାରିପଦା ସପିଂ ଫେଷ୍ଟିବାଲ ଏଣ୍ଡ ଫୁଡ଼ ଏକ୍ସପୋ ପ୍ରଦର୍ଶନୀ ଖୁଲା ରଖିଛି। ସନ୍ଧ୍ୟା ହେଲେ ଏହି ବଜାରକୁ ହଜାର ହଜାର ଲୋକ ଆସି ଠୁଳ ହେଉଛନ୍ତି। ଗୋଟିଏ ସ୍ଥାନରେ ଏତେ ସଂଖ୍ୟକ ଲୋକ ଏକଜୁଟ ହେଉଥିବାରୁ ଏହି କରୋନା ଭାଇରସ ମୁହଁରେ ଯେ କେହି ଜଣେ ପଡିଗଲେ କଥା ସରିଲା। ସାରା ମୟୁରଭଞ୍ଜବାସୀଙ୍କୁ ଏହାର ପରିଣାମ ଭୋଗିବାକୁ ଯଥେଷ୍ଟ ସମ୍ବାବନା ରହିଛି। କରୋନା ଭାଇରସର ଭୟାନକ ରୂପ ବାବଦରେ ଜିଲ୍ଲା ପ୍ରଶାସନ ସବୁ ଜାଣି ଶୁଣି ଚୁପ ହୋଇ ବସିବା ଚିନ୍ତାର ବିଷୟ ପାଲଟିଛି। ମୟୁରଭଞ୍ଜ ଜିଲ୍ଲା ପ୍ରଶାସନର ଏଭଳି ଖାମଖିଆଲି ନୀତିକୁ ବୁଦ୍ଧିଜୀବୀ ମହଲରେ ତୀବ୍ର ନିନ୍ଦା କରାଯାଇଛି।

Mo sapath

Leave A Reply

Your email address will not be published.