Blank space
Blank space
Breaking News/ମୁଖ୍ୟ ଖବର:
ଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁ
Blank space

ବିଜେବି ମହାବିଦ୍ୟାଳୟ ପରିସରରେ ପାଇକ ବିଦ୍ରୋହ ସ୍ମୃତିଚିତ୍ର ଓ ଲିଫଟ୍‌ ଲୋକାର୍ପିତ …..

0

ଭୁବନେଶ୍ୱର, ନିରପେକ୍ଷ ଖବର: ୧୦/୦୧/୨୦୧୯  ବିଜେବି ସ୍ୱୟଂଶାସିତ ମହାବିଦ୍ୟାଳୟ ପରିସରରେ ପାଇକ ବିଦ୍ରୋହ ସ୍ମୃତିଚିତ୍ର ଓ ଲିଫଟ୍‌ ଲୋକାର୍ପିତ ହୋଇଛି । ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ଅନନ୍ତ ଦାସ ଓ ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଏହି ଉଦ୍‌ଘାଟନ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ । ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମ ଓଡ଼ିଶାର ପାଇକ ବିଦ୍ରୋହର ୨୦୦ ବର୍ଷ ପୂର୍ତ୍ତି ଉପଲକ୍ଷେ କଲେଜ୍‌ କ୍ୟାମ୍ପସ୍‌ରେ ଥିବା ବକ୍ସି ଗାର୍ଡନ୍‌ ଚତୁଃପାଶ୍ୱର୍ସ୍ଥ ପ୍ରାଚୀରରେ ବିଭୂତି କାନୁନଗୋ ଚାରୁ ଓ କାରୁକଳା ମହାବିଦ୍ୟାଳୟର ସହଯୋଗରେ ପାଇକ ବିଦ୍ରୋହର ସ୍ମୃତି ବହନକାରୀ ବିଭିନ୍ନ ଜୀବନ୍ତ ଓ ଆକର୍ଷଣୀୟ ବହୁରଙ୍ଗୀ ଚିତ୍ର ଅଙ୍କନ କରାଯାଇଛି । ସଂସ୍କୃତି ମନ୍ତ୍ରୀ ଶ୍ରୀ ପଣ୍ଡା ନିଜ ବିଭାଗରୁ ଏଥିପାଇଁ ଅର୍ଥ ବ୍ୟବସ୍ଥା କରିଥିଲେ । ଉପନିବେଶବାଦୀ
ଶାସନର ବିଲୋପ ଘଟାଇ ଭାରତର ସ୍ୱାଧୀନତା ପାଇଁ ସଂଗ୍ରାମ ଚଳାଇଥିବା ପାଇକବିଦ୍ରୋହର ମହାରଥୀ ବକ୍ସି ଜଗବନ୍ଧୁ ବିଦ୍ୟାଧର ଭ୍ରମରବର ରାୟ ମହାପାତ୍ରଙ୍କ ସ୍ମୃତିରେ ନାମିତ ଏହି ସ୍ୱୟଂଶାସିତ କଲେଜ୍‌ରେ ପାଇକବିଦ୍ରୋହ ସ୍ମୃତିଚିତ୍ର ଛାତ୍ରଛାତ୍ରୀମାନଙ୍କୁ ଅନୁପ୍ରାଣିତ କରିବ ବୋଲି ମନ୍ତ୍ରୀ ଉଲ୍ଲେଖ କରିଥିଲେ । କଲେଜ୍‌ ପରିସରର ସୌନ୍ଦର୍ଯ୍ୟକରଣକୁ ଏହା ଋଦ୍ଧିମନ୍ତ କରିବା ସହିତ ଛାତ୍ରଛାତ୍ରୀ ତଥା ସଚେତନ ନାଗରିକଙ୍କ ଦ୍ୱାରା ପ୍ରଶଂସିତ ହେବ
ବୋଲି ମନ୍ତ୍ରୀ ଶ୍ରୀ ଦାସ ଓ ଶ୍ରୀ ପଣ୍ଡା ଆଶାପ୍ରକାଶ କରିଥିଲେ ।

Blank space

ଦିବ୍ୟାଙ୍ଗ, ବରିଷ୍ଠ ନାଗରିକ ଓ କଲେଜ୍‌ର ପ୍ରଫେସର
ତଥା କର୍ମଚାରୀଙ୍କ ନିମନ୍ତେ ନବନିର୍ମିତ ଲିଫଟ୍‌ ମଧ୍ୟ ମନ୍ତ୍ରୀ ଦ୍ୱୟଙ୍କ ଦ୍ୱାରା ଲୋକାର୍ପିତ ହୋଇଥିଲା । ଏହି ଲିଫଟ୍‌ ଲୋକାର୍ପଣ ହେତୁ କଲେଜ୍‌ର ଏକ ଜରୁରୀ ଆବଶ୍ୟକତା ପୂର୍ଣ୍ଣ ହୋଇପାରିଛି ।
ଏହି କାର୍ଯ୍ୟକ୍ରମରେ କଲେଜ୍‌ର ଅଧ୍ୟକ୍ଷ ଡ. ପ୍ରସନ୍ନ କୁମାର ମହାନ୍ତି, ଉପାଧ୍ୟକ୍ଷ ଡ. ଇନ୍ଦୁ ଭୂଷଣ ମହାନ୍ତିଙ୍କ ସମେତ ସମସ୍ତ ପ୍ରଫେସର, ଛାତ୍ରଛାତ୍ରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ ।

Mo sapath

Leave A Reply

Your email address will not be published.