ଭୁବନେଶ୍ୱର,ନିରପେକ୍ଷ ଖବରତା.୦୯/୦୨: ରାଜ୍ୟରେ ଆଜି ୨୦ ଲକ୍ଷ ଲୋକଙ୍କର ଜମି ପଟ୍ଟା ନାହିଁ । ଭୂମିହୀନ ହୋଇଥିବାରୁ ସେମାନେ ବିଭିନ୍ନ ସରକାରୀ ସୁବିଧାରୁ ବଂଚିତ । ସେହିପରି ୩୦ ଲକ୍ଷ ଲୋକଙ୍କ ମୁଣ୍ଡ ଉପରେ ଛାତ ନାହିଁ । ନବୀନ ସରକାରଙ୍କ ୧୯ ବର୍ଷ ଶାସନରେ ସାଧାରଣ ଗରୀବଲୋକମାନଙ୍କର ଏହି ମୌଳିକ ସୁବିଧାରୁ ଏ ସରକାର ବଂଚିତ କରିଆସିଛି । ରାଜ୍ୟରେ ଯୁବକ
ଯୁବତୀମାନଙ୍କ ଆଗରେ ବେରୋଜଗାର ଏକ ବଡ ସମସ୍ୟା ଭାବେ ଉଭା ହୋଇଛି । ଗାଁ ଗାଁରେ ଆଜି ଯୁବକମାନେ ବେକାରୀ ହୋଇ
ହତାଶ ଭାବେ ବସିଛନ୍ତି । ବିଜୁ ଜନତା ଦଳର ସରକାର ରାଜ୍ୟରେ ଏକ ଲମ୍ବା ସମୟ ପାଇଁ କ୍ଷମତାରେ ଥାଇବି ଓଡିଆ ପିଲାମାନଙ୍କୁ
ନିଯୁକ୍ତି ଯୋଗାଇ ଦେଇପାରିଲେନି । ବିଜେପି ପକ୍ଷରୁ ଆୟୋଜିତ ପ୍ରତିଶ୍ରୃତି ସମାବେଶରେ ରାଜ୍ୟରେ ବିଜେପି ସରକାରକୁ ଆସିଲେ
ଗରିବ ଲୋକଙ୍କୁ ପଟ୍ଟାସହ ପକ୍କାଘର ଓ ବେରୋଜଗାରକୁ ରୋଜଗାର ନିଶ୍ଚିତ ଦିଆଯିବ ଏହି ପ୍ରତିଶୃତି ଦେଇଛି ।P
ପ୍ରତିଶୃତି ସମାବେଶରେ ସ୍ଥାୟୀ ପଟ୍ଟା, ପକ୍କାଘର ଓ ରୋଜଗାର ଆବେଦନର ଫର୍ମକୁ ଶୁଭାରମ୍ଭ କରିବା ଅବସରରେ କେନ୍ଦ୍ର
ତୈଳ ଓ ପ୍ରାକୃତିକ ବାଷ୍ପ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଓଡିଶାରେ ୨୦୨୨ ସୁଦ୍ଧା ଜଣେ ବି ଲୋକ ରହିବ ନାହିଁ, ଯା ଘରେ ସ୍ଥାୟୀ ପଟ୍ଟା ସହ ପକ୍କା ଘର ନଥିବ । ପ୍ରତିଟି ଓଡିଆ ଯୁବକ ଯୁବତୀକୁ ରୋଜଗାର ଯୋଗାଇବା ଭାରତୀୟ ଜନତା ପାର୍ଟିର ସରକାରର ପ୍ରାଥମିକ ଦାୟୀତ୍ୱ ହେବା ସହ ନିଯୁକ୍ତି ଓ ଆତ୍ମନିଯୁକ୍ତି ଯୋଗାଇ ଦେଖାଇବ ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହି ପ୍ରତିଶୃତି ଆବେଦନ ଫର୍ମକୁ ଦଳ ପ୍ରତି ବୁଥରେ ପହଂଚାଇବ । ବେରୋଜଗାର ଯୁବକ ଯୁବତୀମାନେ, ପଟ୍ଟା ଆଉ ପକ୍କା ଘର ପାଇବାରୁ ବଂଚିତ ହୋଇଥିବା ଯୋଗ୍ୟ ହିତାଧିକାରିମାନେ ଏହାକୁ ପୁରଣ କରି ପଠାଇବେ । ଏହି ଅବସରରେ ଦଳର ବରିଷ୍ଠ ନେତା ବିଶ୍ୱଭୁଷଣ ହରିଚନ୍ଦନ କହିଛନ୍ତି କି ଏ ରାଜ୍ୟ ସରକାର ଓଡିଆ ଲୋକମାନଙ୍କୁ ପ୍ରତାରଣା କରିଆସିଛି । ନବିନ ପଟ୍ଟନାୟକଙ୍କ ସରକାର କେବଳ ଘୋଷଣା ସର୍ବସ୍ୱ ସରକାର । ଏ ସରକାରଠାରୁ ଆଉ ଅଧିକ କିଛି ଆଶା କରାଯାଇପାରେନା । ୨୦୧୯ରେ ଭାରତୀୟ ଜନତା ପାର୍ଟୀର ହିଁ ସରକାର ହେବ ଆଉ ଲୋକମାନଙ୍କୁ ରୋଜଗାର ସହ ଘର, ପିଇବା ପାଣି, ବିଜୁଳି ନିଶ୍ଚିନ୍ତ ଦିଆଯିବ । ଓଡିଆ ଜାତିକୁ ନବିନ ବାବୁ ଆଉ ବୋକା ବୁଲାଇ ଶାସନ କରିପାରିବେ ନାହିଁ ।ଦଳର ବରିଷ୍ଠ ନେତ୍ରୀ ଅପରାଜିତା ଷଡଙ୍ଗି କହିଛନ୍ତି ଯେ ଭାରତୀୟ ଜନତା ପାର୍ଟି ଏପରି ଏକ ରାଜନୈତିକ ଦଳ ଯାହା ପ୍ରତିଶୃତି ଆମେ ଦେଉ ତାକୁ କରିକି ଦେଖାଉ । ରାଜ୍ୟରେ ଏବେ ନିର୍ବାଚନକୁ ଆଖି ଆଗରେ ରଖି ଗୋଟିଏ ଦିନରେ ଯୋଜନା ବନାଯାଉଛି । ଯେଉଁ ଯୋଜନାର ଲାଭ କାହା ପାଖରେ ପହଂଚିପାରୁନାହିଁ । ହେଲେ ଭାରତୀୟ ଜନତା ପାର୍ଟି ଆଜି ଯେଉଁ ପ୍ରତିଶୃତିର ଘୋଷଣା କରୁଛି ତାହା ଆମେ ଦିନେ କରିକି ଦେଖାଇବୁ । ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ ଟଙ୍କଧର ତ୍ରିପାଠି କହିଛନ୍ତି ଯେ, ୨୦୦୯ରୁ ଆଜି ଯାଏଁ ଦୀର୍ଘ ୧୦ ବର୍ଷ ଭିତରେ ରାଜ୍ୟର ଏମ୍ପଲୟମେଂଟ ଏକ୍ସଚେଂଜରେ ୨୨ ଲକ୍ଷ ୫୭ ହଜାର ବେକାର ଯୁବକ ଯୁବତୀ ଚାକିରି ପାଇଁ ନାମ ପଂଜିକୃତ କରିଥିଲେ ହେଲେ
ନିଯୁକ୍ତି ମିଳିଛି ମାତ୍ର ୨୬,୪୫୦ ଜଣଙ୍କୁ । ନିଯୁକ୍ତି ହାର ମାତ୍ର ୧% । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶରେ ମୋଦି ସରକାର ଆସିବା
ପରେ କେତେ ନିଯୁକ୍ତି ଏବଂ ଆତ୍ମନିଯୁକ୍ତି ସୃଷ୍ଟି କରିପାରିଛନ୍ତି ତାହାର ତଥ୍ୟ ଦେଶବାସିଙ୍କ ଆଗରେ ଦେଇଛନ୍ତି । କେବଳ ୨୦୧୮-
୧୯ ଗୋଟିଏ ବର୍ଷରେ ଦେଶରେ ୧ କୋଟି ନିଯୁକ୍ତି ଏବଂ ଆତ୍ମନିଯୁକ୍ତି ସୃଷ୍ଟି ହୋଇଛି । ସେଥିରୁ ୪୫ ଲକ୍ଷ ହେଉଛି ଅର୍ଗାନାଇଜଡ ସେକ୍ଟରରେ । ହେଲେ ଓଡିଶା ଏହାର ଲାଭ ନେଇପାରୁନାହିଁ କାରଣ ରାଜ୍ୟରେ ଏକ ଅପାରଗ ସରକାର ଚାଲିଛି । ଏହି ଅବସରରେ ରାଜ୍ୟ ଉପ ସଭାପତି ସମୀର ମହାନ୍ତି, ରାଜ୍ୟ ମୁଖପାତ୍ର ଗୋଲକ ମହାପାତ୍ର ଓ ଦିଲୀପ ମହାନ୍ତି, ରାଜ୍ୟ
କାର୍ଯ୍ୟକାରିଣୀ ସଦସ୍ୟ ଅମୀୟ ଦାଶ, ଜଗନ୍ନାଥ ପ୍ରଧାନ, ଜିଲ୍ଲା ସଭାପତି ହରେକୃଷ୍ନ ଖୁଂଟିଆ, ଯୁବମୋର୍ଚ୍ଚା ରାଜ୍ୟ ସାଧାରଣ ସଂପାଦକ ବିଶ୍ୱରଂଜନ ବଡଜେନା ପ୍ରମୁଖ ମଂଚରେ ଉପସ୍ଥିତ ଥିଲେ ।
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍ଘାଟିତ