Blank space
Blank space
Breaking News/ମୁଖ୍ୟ ଖବର:
ଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁ
Blank space

ବିଜେପିରେ ଯୋଗ ଦେଲେ ଶ୍ରୀ ପରେଶ ଦେଓ…

ସ୍ୱଚ୍ଛ ଏକାମ୍ର ସମାଜିକ ସଙ୍ଗଠନର ସମସ୍ତ କାର୍ଯ୍ୟକର୍ତା ବିଜେପିରେ ହେଲେ ସାମିଲ  ଏକାମ୍ର ବିଧାନସଭା ନିର୍ବାଚନମଣ୍ଡଳୀର ବିଜେପି ପ୍ରାର୍ଥୀ ବାବୁ ସିଂଙ୍କ ନେତୃତ୍ୱରେ ଶତାଧିକ କର୍ମୀ ବିଜେପିରେ ଯୋଗ ଦେଲେ..

0

ଭୁବନେଶ୍ୱର ନିରପେକ୍ଷ ଖବର, ତା.୨୬/୦୩: କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଆଜି ଆଠ ମଲ୍ଲିକ ରାଜ ପରିବାରର ସଦସ୍ୟ ଶ୍ରୀ ପରେଶ ଦେଓ ବିଜେପିରେ ସାମିଲ ହୋଇଛନ୍ତି । ସେହିପରି ଏକାମ୍ର ବିଧାନସଭା ନିର୍ବାଚନମଣ୍ଡଳୀର ବିଜେପି ପ୍ରାର୍ଥୀ ବାବୁ ସିଂଙ୍କ ନେତୃତ୍ୱରେ ସ୍ୱଚ୍ଛ ଏକାମ୍ର ସମାଜିକ ସଙ୍ଗଠନର ସଭାପତି ସୁଶାନ୍ତ କୁମାର ଦାସ, ଉପସଭାପତି ପୂର୍ଣ୍ଣ ଚନ୍ଦ୍ର ସାହୁ, ସାଧାରଣ ସଂପାଦକ ଗୋବିନ୍ଦ ପଟ୍ଟନାୟକ, ସଂପାଦକ ନକୁଳ ଖଟେଇ, କୋଷାଧ୍ୟକ୍ଷ ସଫିକ ଖାନ୍ ଏବଂ ସଂଯୋଜିକା ମିଲି ମହାନ୍ତି ଆଜି ବିଜେପିରେ ସାମିଲ ହୋଇଛନ୍ତି । ଭୁବନେଶ୍ୱର ଲୋକସଭା ନିର୍ବାଚନ ମଣ୍ଡଳୀର ପୁରୁଣା ଭୁବନେଶ୍ୱରର ପୁଷ୍ପିତା ବେହେରା, ମୋନାଲିସା ଦାସ, ସୀତା ବେହେରା, ରୀନା ବେହେରା, ପୋଖରୀପୁଟର ପ୍ରଭାତି ଦାସ, ୟୁନିଟ୍-୬ର ,ପ୍ରମିଳା ସାହୁ, ଗାୟତ୍ରୀ ସାହୁ, , ପାତ୍ରପଡାର ପ୍ରଣିତା ପଣ୍ଡା, ଦୀପିକା ଚାନ୍ଦ, ସିଆରପି ଅଂଚଳର ଜୟନ୍ତ ନାୟକ, ମିନତୀ ବାରିକ, ଜେଲି ଦିଗଲ, ଭିଏସଏସ ନଗରର ସୁନୀଲ କୁମାର ଚାନ୍ଦ, ଜାଗମରାର ଦର୍ଗା ପ୍ରସାଦ ତ୍ରିପାଠି, ନୀଳକଣ୍ଠ ନଗରର ପ୍ରଭାତି ଲାଗୁରୀ, ମିନତି ବାରିକ, ଜୟନ୍ତା ନାୟକ, ପୀତାମ୍ବର ଦିଗୀଙ୍କ ସମେତ ଭୁବନେଶ୍ୱର ବିଭିନ୍ନ ଅଚଂଳର ପ୍ରାୟ ଶତାଧିକ କର୍ମୀ ଆଜି ବିଜେପିରେ ଯୋଗଦାନ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ସମସ୍ତ ନୂତନ ସଦସ୍ୟଙ୍କୁ ଦଳୀୟ ଉତରୀୟ ଏବଂ ଟୋପି ପିନ୍ଧାଇ ବିଦ୍ଧିବଦ୍ଧ ଭାବେ ଦଳରେ ସାମିଲ  କରାଇଛନ୍ତି । ରାଜ୍ୟ ଉପ ସଭାପତି ଶ୍ରୀ ସମୀର ମହାନ୍ତି ସମସ୍ତଙ୍କୁ ସ୍ୱାଗତ କରିବା ସହ ସାଧୁବାଦ ଜଣାଇଛନ୍ତି । ଏହି ମିଶ୍ରଣ ଦ୍ୱାରା ଦଳ  ଆହୁରି ମଜବୁତ୍ ହେବ ବୋଲି ଶ୍ରୀ ମହାନ୍ତି କହିଛନ୍ତି । ମୋଦିଙ୍କ ବିକାଶ ଧାରାରେ ଅନୁପ୍ରାଣିତ ହୋଇ ବିଜେପିରେ ସାମିଲ ହୋଇଛନ୍ତି ବୋଲି ସଦ୍ୟ ବିଜେପିରେ ମିଶିଥିବା କର୍ମୀମାନେ କହିଛନ୍ତି । ରାଜ୍ୟର ବିକାଶ ବିଜେପି ସରକାର କରିପାରିବ । ଏଥି ସହ ବିଜେପି ହିଁ ଏକମାତ୍ର ବିକଳ୍ପ ବୋଲି ନୂତନ ଭାବେ ଯୋଗଦାନ  କରିଥିବା ସଦସ୍ୟମାନେ କହିଛନ୍ତି । ଦଳୀୟ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ଯୁବ ମୋର୍ଚ୍ଚାର ରାଜ୍ୟ ସଭାପତି ଶ୍ରୀ ଟଙ୍କଧର ତ୍ରିପାଠୀ, ଯୁବ ମୋର୍ଚ୍ଚାର  ରାଷ୍ଟ୍ରୀୟ ଉପ ସଭାପତି ଠାକୁର ରଂଜିତ ଦାସ ପ୍ରମୁଖ ଉପସ୍ଥିତ ଥିଲେ ।

Mo sapath

Leave A Reply

Your email address will not be published.