Blank space
Blank space
Breaking News/ମୁଖ୍ୟ ଖବର:
Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବ
Blank space

ଆନ୍ଧ୍ରରେ ତୈଳ ଓ ଗ୍ୟାସ ପ୍ରକଳ୍ପରେ ହେବ ବିପୁଳ ପୁଞ୍ଜିନିବେଶ …..

0

* ଆନ୍ଧ୍ର ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ସହ ସାକ୍ଷାତ୍ ଆଲୋଚନା
* ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟର ବିଭିନ୍ନ ତୈଳ, ଗ୍ୟାସ ଓ ଇସ୍ପାତ୍ ପ୍ରକଳ୍ପର ସମୀକ୍ଷା
* ସମସ୍ତ ପ୍ରକଳ୍ପ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମର୍ଥନ ଓ ସହଯୋଗ ଦିଆଯିବା ନେଇ ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତି

ଆନ୍ଧ୍ରପ୍ରଦେଶ/ଭୁବନେଶ୍ୱର,ନିରପେକ୍ଷଖବର:୦୯/୧୧/୨୦୧୯ ଭାରତ ସରକାରଙ୍କ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରାଳୟ ଆନ୍ଧ୍ରପ୍ରଦେଶରେ ଆଗାମୀ ୫ ବର୍ଷରେ ଏହି ସବୁ ପ୍ରକଳ୍ପରେ ବିପୁଳ ପୁଞ୍ଜିନିବେଶ କରିବାର ଯୋଜନା ରଖିଛି ବୋଲି ଶୁକ୍ରବାର ଆନ୍ଧ୍ରପ୍ରଦେଶର ବିଜୟୱାଡା ଠାରେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ୱାଇ.ଏସ୍ ଜଗନମୋହନ ରେଡ୍ଡିଙ୍କୁ ଭେଟି ସେଠାରେ ନିଆଯାଇଥିବା ବିଭିନ୍ନ ତୈଳ, ଗ୍ୟାସ ଓ ଇସ୍ପାତ୍ ପ୍ରକଳ୍ପର ସମୀକ୍ଷା କରିବା ପରେ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହା ଦ୍ୱାରା ରାଜ୍ୟର ରାଜସ୍ୱ ବୃଦ୍ଧି ହେବା ସହ ଯୁବକଙ୍କ ପାଇଁ ଅଧିକରୁ ଅଧିକ ନିଯୁକ୍ତି ସୃଷ୍ଟି ହୋଇପାରିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି । ଏହି ଅବସରରେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଏହି ସବୁ ପ୍ରକଳ୍ପ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମର୍ଥନ ଓ ସହଯୋଗ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ । ଏହି ସବୁ ତୈଳ ଓ ଗ୍ୟାସ୍ ପ୍ରକଳ୍ପକୁ ନିର୍ଧାରତ ସମୟ ସୁଦ୍ଧା ଶେଷ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ଶ୍ରୀ ପ୍ରଧାନ । ଶ୍ରୀ ପ୍ରଧାନ ସୂଚନା ଦେଇଛନ୍ତି ଯେ ଆନ୍ଧ୍ରପ୍ରଦେଶରେ ଏକ ଅଟନୋମସ୍ ପେଟ୍ରୋଲିୟମ ଇନ୍ଷ୍ଟିଚ୍ୟୁସନ୍ ସ୍ଥାପନା କରାଯିବ । ଯାହା ଦେଶର ତୈଳ ଏବ ଗ୍ୟାସ କ୍ଷେତ୍ରରେ କୁଶଳ କ୍ଷମତା ବିଶିଷ୍ଟ କାର୍ଯ୍ୟବଳ ତିଆରି କରିବାରେ ସହଯୋଗ କରିବ । ଏହି ଗସ୍ତ ଅବସରରେ ଶ୍ରୀ ପ୍ରଧାନ ସେଠାକାର ରାଜ୍ୟପାଳ ତଥା ଓଡିଶାର ବରିଷ୍ଠ ନେତା ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ମଧ୍ୟ ତାଙ୍କ ବାସଭବନରେ ଭେଟିଥିଲେ । ରାଜ୍ୟପାଳଙ୍କ ସହ ଏଠାରେ ନିଆଯାଇଥିବା ବିଭିନ୍ନ ତୈଳ ଓ ଗ୍ୟାସ ପ୍ରକଳ୍ପ ଉପରେ ସୂଚିତ କରିଥିଲେ ଶ୍ରୀ ପ୍ରଧାନ । ବିଶେଷ ଭାବରେ କ୍ରୀଷ୍ଣା-ଗୋଦାବରୀ ବେସିନ, ଯାହା ଭବିଷ୍ୟତରେ ଭାରତର ଗ୍ୟାସ ଚାହିଦାକୁ ପୂରଣ କରିବାର ବଡ କ୍ଷମତା ରଖିଛି ଏ ସମ୍ପର୍କରେ ମଧ୍ୟ ଅବଗତ କରାଇଥିଲେ ।

Mo sapath

Leave A Reply

Your email address will not be published.