Blank space
Blank space
Breaking News/ମୁଖ୍ୟ ଖବର:
Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବ
Blank space

ସ୍କୁଲ ଖୋଲିବା ନେଇ ଫିଟୁନି ବାଟ

ବିଧାନସଭାରେ ହୋହାଲ୍ଲା

0

ଭୁବନେଶ୍ୱର, ନିରପେକ୍ଷ ଖବର :ତା ୨୧/୧୧ ୟୁପି ସ୍କୁଲ ବନ୍ଦ ନେଇ ବାଚସ୍ପତିଙ୍କ ରୁଲିଂ ପରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ପ୍ରତିକ୍ରିୟା ଦେଇଛନ୍ତି । ସ୍କୁଲ ବନ୍ଦ କରିବା ନୁହେଁ ଛାତ୍ରଛାତ୍ରୀଙ୍କ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ସରକାରଙ୍କ ଲକ୍ଷ୍ୟ ବୋଲି କହିଛନ୍ତି । ରାଜ୍ୟରେ ୭ ହଜାର ୭ ଶହ ୭୨ ସ୍କୁଲ ବନ୍ଦ କରିବା ପାଇଁ ପ୍ରସ୍ତାବ ରହିଛି । ୧୪ ହଜାର ସ୍କୁଲ ନୁହେଁ ଉଭୟ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମିଶି  ୭ ହଜାର ୭ ଶହ ୭୨ ସ୍କୁଲ ବନ୍ଦ କରିବା ପାଇଁ ପ୍ରକିୟା ଆରମ୍ଭ ହୋଇଛି ।  ମୁଖ୍ୟମନ୍ତ୍ରୀ ଯାହା ନିଷ୍ପତି ନେବେ ତାହା କାର୍ଯ୍ୟକାରୀ କରାଯିବ।  ସ୍କୁଲ ବନ୍ଦ କରି ପିଲାଙ୍କୁ ହଇରାଣ କରିବା ରାଜ୍ୟ ସରକାରଙ୍କ ଉଦେଶ୍ୟ ନୁହେଁ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି । ଏନେଇ ୨ ଦିନ ଭିତରେ ଉତ୍ତର ରଖିବେ ମନ୍ତ୍ରୀ । କାହିଁକି ସ୍କୁଲ ବନ୍ଦ ହେବ ଓ ପିଲା କୁଆଡେ ଯିବେ ଏବଂ ୧୪ ହଜାର ସ୍କୁଲ ବନ୍ଦ ହେଲେ ଶିକ୍ଷକ କଣ କରିବେ ସେ ନେଇ ଗୃହରେ ଉତର ରଖିବେ ମନ୍ତ୍ରୀ ସମୀର ଦାସ ।
ସଭା ଆରମ୍ଭରେ ୟୁପି ସ୍କୁଲ ବନ୍ଦ ନେଇ ବିଜେପି ଓ କଂଗ୍ରେସ ସଭ୍ୟ ଗୃହର ମଧ୍ୟ ଭାଗରେ ହୋହାଲ୍ଲା କରିଥିଲେ । ହଟ୍ଟଗୋଳ ଯୋଗୁ ଗୃହକୁ ୧୫ ମିନିଟ ପାଇଁ ମୂଲତବୀ କରାଯାଇଥିଲା ।  କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ସ୍କୁଲ ବନ୍ଦ ହେବା ପ୍ରସଙ୍ଗ ଗୃହରେ ଉଠାଇଥିଲେ । ଶିକ୍ଷା ହେଉଛି ସମସ୍ତ ମୌଳିକ ଅଧିକାର । ସରକାର ନିର୍ଦ୍ଦେଶ ଦିଅନ୍ତୁ ସ୍କୁଲ ବନ୍ଦ ନହେଉ । ପିଲା ଏତେ ଦୂର କେମିତି ପଢିବାକୁ ଯିବେ । ପିଲାଙ୍କ ଭବିଷ୍ୟତ ଅନ୍ଧାରକୁ ପଳାଇବ ବୋଲି ନରସିଂହ କହିଥଲେ । ସେହିପରି ବିରେଧୀ ଦଳ ଉପନେତା ବିଷ୍ଣୁ ସେଠୀ ୧୪ ହଜାର ସ୍କୁଲ ବନ୍ଦ ହେଲେ ପିଲା କୁଆଡେ ଯିବେ  ବୋଲି ପ୍ରଶ୍ନ କରିଛନ୍ତି ।

Mo sapath

Leave A Reply

Your email address will not be published.