ଦଳିତ ଓ ଆଦିବାସୀଙ୍କ ଉପରେ ବୃଦ୍ଧି ପାଉଥିବା ଅତ୍ୟାଚାର ପ୍ରତିବାଦରେ ନଭେମ୍ବର ୨୭ରେ କଂଗ୍ରେସ ପକ୍ଷରୁ ଏକ ବିଶାଳ ଦଳିତ ମହାସମାବେଶ ଅନୁଷ୍ଠିତ ହେବ।ପ୍ରାୟ ୨୫ହଜାର ଦଳିତ ବ୍ୟକ୍ତି ଏହି ସମାବେଶରେ ଯୋଗ ଦେବେ ବୋଲି କଂଗ୍ରେସ ପକ୍ଷରୁ କୁହାଯାଇଛି।ପିସିସି ଅନୁସୂଚିତ ଜାତି ସେଲ୍ ଅଧ୍ୟକ୍ଷ ବିଭୂପ୍ରସାଦ ତରାଇ ଏ ସମ୍ପର୍କରେ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇ ହିଛନ୍ତି ଯେ, ଭୁବନେଶ୍ୱରସ୍ଥିତ ସ୍ୱାଧୀନତା ସଂଗ୍ରାମୀ ପଡ଼ିଆରେ ଏହି ସମାବେଶ ଅନୁଷ୍ଠିତ ହେବ। ଏଥିରେ ପୂର୍ବତନ ଲୋକସଭା ବାଚସ୍ପତି ମୀରା କୁମାର, ସର୍ବଭାରତୀୟ ଦଳିତ ନେତା ଜିଗ୍ନେଶ ମେୱାନି, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ବିରୋଧୀ ଦଳ ନେତା ନରସିଂହ ମିଶ୍ରଙ୍କ ସମେତ ପିସିସିର ସମସ୍ତ କାର୍ଯ୍ୟକାରୀ ସଭାପତି, ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ତଥା ପ୍ରଦେଶ କଂଗ୍ରେସ ଉପସଭାପତି ଅନନ୍ତ ଚରଣ ସେଠୀ ଏବଂ ଗଣେଶ୍ୱର ବେହେରା ତଥା ସମସ୍ତ ବିଧାୟକଙ୍କ ସମେତ ଅନେକ ବରିଷ୍ଠ ନେତା ଯୋଗଦେବାର ଅଛି।
ଅନୁସୂଚିତ ଜାତି ଏବଂ ଜନଜାତି ପରିବାରଙ୍କର ନ୍ୟାଯ୍ୟ ଦାବି ପ୍ରତି ସରକାରଙ୍କର ଉଦାସୀନତା ବିରୁଦ୍ଧରେ ସ୍ୱର ଉତ୍ତୋଳନ କରାଯିବ। ଦଳିତ ତଥା ଆଦିବାସୀ ପରିବାରଗୁଡ଼ିକୁ ଘରଡିହ ପ୍ରଦାନ, ଛାତ୍ର ବୃତ୍ତି ଠିକ୍ ସମୟରେ ପ୍ରଦାନ, ଦଳିତ ଓ ଆଦିବାସୀ ମାନଙ୍କ ପାଇଁ ଉଦ୍ଦିଷ୍ଟ ଯୋଜନା ଅର୍ଥକୁ ନିର୍ଦ୍ଧାରିତ ଗାଇଡଲାଇନ୍ ଭିତିରେ ବିନିଯୋଗ କରାଯିବା, ଦଳିତ ଓ ଆଦିବାସୀ ଗ୍ରାମଗୁଡ଼ିକରେ ମୌଳିକ ସୁବିଧା ସୁଯୋଗ ଓ ଭିତ୍ତିଭୂମି ସ୍ଥାପନ, ଶିକ୍ଷା-ସ୍ୱାସ୍ଥ୍ୟ ଆଦି ସେବା ପ୍ରଦାନ ସହ ଅନୁସୂଚିତ ଜାତି ଓ ଜନଜାତି ନିର୍ଯାତନା ନିବାରଣ ଆଇନର କଡ଼ାକଡ଼ି ପାଳନ, ରାଜ୍ୟର ଦଳିତ ଓ ଆଦିବାସୀଙ୍କ ନିରାପତ୍ତା ପାଇଁ କମିଶନ ଗଠନ ଓ ନିଯୁକ୍ତି ପ୍ରଦାନ ପାଇଁ ଦାବି କରାଯାଇଛି।
ଏହି ସାମ୍ବାଦିକ ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ମୁଖପାତ୍ର ମନୋଜ ମହପାତ୍ର, ପ୍ରଶାନ୍ତ ଶତପଥି ଓ ଦୀପକ ମହାପାତ୍ର ଉପସ୍ଥିତ ଥିଲେ।
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍ଘାଟିତ