Blank space
Blank space
Breaking News/ମୁଖ୍ୟ ଖବର:
Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବ
Blank space

ଜାତୀୟ ହସ୍ତତନ୍ତ ଦିବସ ୨୦୧୯ ପାଳନ ପାଇଁ ପ୍ରସ୍ତୁତି ବୈଠକ …

0

ଭୁବନେଶ୍ୱର ,ନିରପେକ୍ଷ ଖବର: ୧୭/୦୭/୨୦୧୯ ଆସନ୍ତା ଅଗଷ୍ଟ ୭ ତାରିଖରେ ଜାତୀୟ ହସ୍ତତନ୍ତ ଦିବସ ୨୦୧୯ ପାଳନ ନିମନ୍ତେ ଆଜି ପୂର୍ବାହ୍ନରେ ସଚିବାଳୟସ୍ଥିତ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ସମ୍ମିଳନୀ କକ୍ଷରେ କମିଶନର ତଥା ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମାଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । କମିଶନର ତଥା ଶାସନ ସଚିବ ଅଦ୍ୟାବଧି କାର୍ଯ୍ୟର ଅଗ୍ରଗତି ସମ୍ବନ୍ଧରେ ସମୀକ୍ଷା କରିଥିଲେ । ଏହି ଉତ୍ସବରେ ଏକ ହଜାରରୁ ୧୫୦୦ ପର୍ଯ୍ୟନ୍ତ ବୁଣାକାର ଯୋଗଦାନ କରିବାର କାର୍ଯ୍ୟକ୍ରମ ରହିଛି । ବୁଣାକାର ସେବା କେନ୍ଦ୍ର, ଭୁବନେଶ୍ୱର ଓ ବୟନିକା ସମସ୍ତ ବୁଣାକାରମାନଙ୍କର ଯାତାୟତ ଓ ବସ୍‌ର ଆୟୋଜନ କରିବା ସହିତ ସେମାନଙ୍କର ରହଣି ଓ ଖାଦ୍ୟପେୟର ବ୍ୟାପକ ପ୍ରସ୍ତୁତି କରିବେ । ଏହି ଅବସରରେ ପଦ୍ମ ପୁରସ୍କାର ଓ ସନ୍ଥ କବୀର ପୁରସ୍କାରପ୍ରାପ୍ତ ବୁଣାକାରମାନଙ୍କୁ ଯୋଗଦେବା ପାଇଁ ଆମନ୍ତ୍ରଣ ନିମନ୍ତେ ବୁଣାକାର ସେବା କେନ୍ଦ୍ରକୁ ଦାୟିତ୍ୱ ପ୍ରଦାନ କରାଯିବ । ଏହି କାର୍ଯ୍ୟକ୍ରମର ସଫଳ ରୂପାୟନ ନିମନ୍ତେ ଆଇଟିଡିସି ଦ୍ୱାରା ବ୍ୟାନର, ହୋର୍ଡିଂ, ସାଇନେଜ୍‌ ଆଦି ଭୁବନେଶ୍ୱରର ପ୍ରମୁଖ ସ୍ଥାନରେ ଲଗାଯିବ । ଆଜିର ଏହି ପ୍ରସ୍ତୁତି ବୈଠକରେ ଭାରତ ସରକାରଙ୍କ ବୟନଶିଳ୍ପ ମନ୍ତ୍ରଣାଳୟର ଡାଇରେକଫର (ଟେକ୍‌ନିକାଲ୍‌) ମନୋଜ ଜୈନ, ବୟନ ଶିଳ୍ପ ନିର୍ଦ୍ଦେଶକ ଜ୍ୟୋତିପ୍ରକାଶ ଦାଶ, ସ୍ୱରାଷ୍ଟ୍ର ବିଭାଗ ଯୁଗ୍ମ ସଚିବ ରାମଚନ୍ଦ୍ର ଜେନା, ବୁଣାକାର ସେବା କେନ୍ଦ୍ରର ଉପନିର୍ଦ୍ଦେଶକ ସୁରେନ୍ଦ୍ର କୁମାର ପାତ୍ର, ପଶ୍ଚିମାଞ୍ଚଳ ଜୋନ୍‌ ଯୁଗ୍ମ ନିର୍ଦ୍ଦେଶକ ତଥା ସମ୍ବଲପୁରୀ ବସ୍ତ୍ରାଳୟର ପରିଚାଳନା ନିର୍ଦ୍ଦେଶକ ଦାଶରଥୀ ନନ୍ଦ ପ୍ରମୁଖ ପଦାଧିକାରୀ ଉପସ୍ଥିତ ଥିଲେ ।

Mo sapath

Leave A Reply

Your email address will not be published.