Blank space
Blank space
Breaking News/ମୁଖ୍ୟ ଖବର:
Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବ
Blank space

ଦେଶର ଯୁବ ବର୍ଗଙ୍କ ପରିଚୟର ନୂଆ ମାଧ୍ୟମ ହୋଇଛି ‘ଖେଲୋ ଇଣ୍ଡିଆ’

0

କଟକ,ନିରପେକ୍ଷ ଖବର: ଫେବୃୟାରୀ ୨୨ – ‘ଖେଲୋ ଇଣ୍ଡିଆ’ ଦେଶର ଯୁବ ବର୍ଗଙ୍କ ପରିଚୟର ନୂଆ ମାଧ୍ୟମ ହୋଇଥିବା ବେଳେ ଏହା ଦେଶରେ କ୍ରୀଡା କ୍ଷେତ୍ରରେ ନୂଆ ଆଶାର ସଂଚାର ଭରିଛି ବୋଲି ଶନିବାର ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ଯୋଗେଁ ସର୍ବ ପ୍ରଥମ ‘ଖେଲୋ ଇଣ୍ଡିଆ’ ବିଶ୍ୱବିଦ୍ୟାଳୟ କ୍ରୀଡାର ଉଦଘାଟନ କରିବା ପରେ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେହିପରି ରାଜ୍ୟରେ ପ୍ରଥମ ଥର ପାଇଁ ବିଶ୍ୱବିଦ୍ୟାଳୟ କ୍ରୀଡା ଓଡିଶା ପାଇଁ ଗୌରବ ଏବଂ ପ୍ରଧାନମନ୍ତ୍ରୀଙ୍କ ଦୂରଦୂଷ୍ଟି ଯୋଗୁଁ ଆରମ୍ଭ ହୋଇଥିବା ଖେଲୋ ଇଣ୍ଡିଆ ଜନଆନ୍ଦୋଳନ ମାଧ୍ୟମରେ କ୍ରୀଡା କ୍ଷେତ୍ରରେ ଦେଶରେ ସକରାତ୍ମକ ଚିନ୍ତାଧାରା ଆଣିପାରିବ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କଟକ ଇନ୍‌ଡୋର ଷ୍ଟାଡିୟମରେ ଅନୁଷ୍ଠିତ ଏହି ଉଦଘାଟନୀ ସମାରୋହରେ ଯୋଗଦେଇ କହିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ଦେଶର ଇତିହାସରେ ପ୍ରଥମ ବିଶ୍ୱବିଦ୍ୟାଳୟ କ୍ରୀଡା ଓଡିଶାରେ ହେଉଛି । ବିଗତ ୬ ବର୍ଷ ଧରି ଦେଶର କ୍ରୀଡା ଜଗତକୁ ସମସ୍ତ ଦିଗରୁ ପ୍ରୋତ୍ସାହନ ଦିଆଯାଉଛି । ଦେଶରେ କ୍ରୀଡା ଭିତିଭୂମିରେ ନିରନ୍ତର ସୁଧାର ଅଣାଯିବା କାରଣରୁ ଖେଳାଳିଙ୍କ ସଂଖ୍ୟା କ୍ରମାଗତ ବୃଦ୍ଧି ପାଉଛି । ବିଶେଷତଃ ଝିଅମାନେ ଖେଲୋ ଇଣ୍ଡିଆରେ ବିଭିନ୍ନ ସ୍ତରରେ କ୍ରୀଡା କ୍ଷେତ୍ରରେ ଅନେକ ସଫଳତା ଅର୍ଜନ କରୁଛନ୍ତି । ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ଯୁବକ ଓ ଯୁବତୀମାନେ ସୁନାମ ଆଣୁଛନ୍ତି । ଖେଲୋ ଇଣ୍ଡିଆ ଅନେକ ସଧାରଣ ଘରର ପିଲାମାନଙ୍କ ଲୁକ୍କାୟିତ ପ୍ରତିଭାକୁ ଖୋଜିବାର ମାଧ୍ୟମ ହୋଇଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । ଏହି ଅବସରରେ ଓଡିଆ ଧାବିକା ଦୂତୀ ଚାନ୍ଦଙ୍କୁ
ପ୍ରଧାନମନ୍ତ୍ରୀ ପ୍ରଶଂସା କରିଥିଲେ ।ସେହିପରି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟି କାରଣରୁ ଦେଶରେ ପ୍ରଥମ ଥର ପାଇଁ ବିଶ୍ୱବିଦ୍ୟାଳୟ ସ୍ତରର ଖେଲୋ ଇଣ୍ଡିଆ ପଦକ୍ଷେପ ନିଆଯାଇଛି । ଆଗାମୀ ଅଲମ୍ପିକ୍ସରେ ଭାରତ ଅଧିକ
ମେଡାଲ୍ ଆଣୁ ଏବଂ ଓଡିଆ ଝିଅ ଦୂତି ଚାନ୍ଦ ନିଶ୍ଚିତ ଭାବରେ ସ୍ୱର୍ଣ୍ଣ ପଦକ ଜିତିବା ସମସ୍ତଙ୍କର ଅପେକ୍ଷା ବୋଲି ଶ୍ରୀ ପ୍ରଧାନ କହିଛନ୍ତି । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଆସନ୍ତା ଦିନ ମାନଙ୍କରେ କିଛି ଅନ୍ତରାଷ୍ଟ୍ରୀୟ ଖେଳ ଓଡିଶାରେ ଆୟୋଜନ କରିବା ନେଇ ଶ୍ରୀ ପ୍ରଧାନ କେନ୍ଦ୍ର କ୍ରୀଡାମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ । ସେହିଭଳି ପ୍ରଥମ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ ସ୍ତରରେ ସମସ୍ତ ଅତିଥି, କ୍ରୀଡାବିତ୍ ସାମିଲ ହୋଇଥିବାରୁ ସମସ୍ତଙ୍କୁ ଅଭିନନ୍ଦନ ଜଣାଇ ଆଜି ସମସ୍ତଙ୍କର ଉପସ୍ଥିତି ରାଜ୍ୟର ଗୌରବ ବଢାଇଛି ବୋଲି ଶ୍ରୀ ପ୍ରଧାନ ମତବ୍ୟକ୍ତ କରିଥିଲେ ।

Mo sapath

Leave A Reply

Your email address will not be published.